www.samajalive.in
Friday, December 12, 2025
26.1 C
Bhubaneswar

କିଏ ଲଗାଇଲା ନିଆଁ – ରେଭେନ୍ଶାରେ ଛାତ୍ର ଗୋଷ୍ଠୀ ମୁହାଁମୁହିଁ

ଡେସ୍କ: ବୁଧବାର ସନ୍ଧ୍ୟାରେ କଟକ ରେଭେନ୍ଶା ବିଶ୍ୱବିଦ୍ୟାଳୟର କେତେକ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ହୋଇଥିବା ଖବର ମିଳିଛି। ଗତ ଦିନରେ ସ୍ୱାୟତ୍ତ ଶାସନ ଦିବସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରେଭେନ୍ଶା ବିଶ୍ୱବିଦ୍ୟାଳୟ ନାମ ପରିବର୍ତ୍ତନ ନେଇ ଦେଇଥିବା ମନ୍ତବ୍ୟକୁ ନେଇ ବିଭିନ୍ନ ଛାତ୍ର ଗୋଷ୍ଠୀ ବିରୋଧ ପ୍ରଦର୍ଶନ କରୁଥିବା ବେଳେ, ଆଜି ସନ୍ଧ୍ୟାରେ କେତେକ ଛାତ୍ର ଗୋଷ୍ଠୀ ପକ୍ଷରୁ ମଶାଲ ଶୋଭାଯାତ୍ରା କରାଯାଇ ରେଭେନ୍ଶା ନାମ ପରିବର୍ତ୍ତନ ବିରୋଧରେ ସ୍ୱର ଉତ୍ତୋଳନ କରିଥିଲେ।

ତେବେ ସବୁକିଛି ଶାନ୍ତିପୂର୍ଣ୍ଣ ଭାବେ ଚାଲିଥିବା ବେଳେ କେତେକ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ରେଭେନ୍ସା ନାମ ପରିବର୍ତ୍ତନ ପ୍ରସଙ୍ଗକୁ ନେଇ ରାଜ୍ୟ ବିଜେପି ପୂର୍ବରୁ ସ୍ପଷ୍ଟ କରିସାରିଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ମନ୍ତବ୍ୟ ସମ୍ପୂର୍ଣ୍ଣ ଭାବେ ନିଜସ୍ୱ ଓ ଏହା ଦଳର ଆଭିମୁଖ୍ୟ ନୁହେଁ। କିନ୍ତୁ ଏହି ପ୍ରସଙ୍ଗକୁ ନେଇ ବିଭିନ୍ନ ରାଜନୈତିକ ଦଳ ସମେତ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ବିରୋଧାଭାସ ପ୍ରକାଶ ପାଇବାରେ ଲାଗିଛି। ଗତ କିଛି ବର୍ଷ ହେବ ରେଭେନ୍ଶା ବିଶ୍ୱବିଦ୍ୟାଳୟ ଠିକଠାକ ଚାଲିଥିବା ବେଳେ ନାମ ପରିବର୍ତନ ପ୍ରସଙ୍ଗକୁ ନେଇ ପରିବେଶ ଓ ପରିସ୍ଥିତି ଅଶାନ୍ତ ହେବାରେ ଲାଗିଛି। ଖୁବ ଶୀଘ୍ର ସମସ୍ୟାର ସମାଧାନ ନ ହେଲେ, ରେଭେନ୍ସା ପରିସ୍ଥିତି ଅଧିକ ଅଶାନ୍ତ ହୋଇପଡିବ ବୋଲି ବୁଦ୍ଧିଜୀବୀ ମାନେ ମତ ପ୍ରକାଶ କରିଛନ୍ତି।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories