www.samajalive.in
Sunday, December 7, 2025
13.1 C
Bhubaneswar

ଆଜି ଲଘୁଚାପ: ୯ ତାରିଖ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ବର: ଉତ୍ତର ଆନ୍ଧ୍ର ଉପକୂଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମ କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୯ ତାରିଖ ଯାଏଁ ରାଜ୍ୟର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।
ଆସନ୍ତା ୫ରୁ ୬ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ , ଖୋର୍ଦ୍ଧା ଓ ନୟାଗଡ଼ ଜିଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିର ମାଥିଲିରେ ସର୍ବାଧିକ ୪୫ ମି.ମି., ଜଗତସିଂହପୁରରେ ୪୧.୧ ମି.ମି., ନବରଙ୍ଗପୁରର ଝରିଗାଁରେ ୩୦ ମି.ମି ବର୍ଷା ରେକର୍ଡ଼ କରାଯାଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories