www.samajalive.in
Monday, December 15, 2025
24.1 C
Bhubaneswar

ବନ୍ୟା ବିତ୍ପାତ: କେରଳ ଓ ତ୍ରିପୁରାକୁ ୫କୋଟି ଲେଖାଏଁ ସହାୟତା ଦେବ ଓଡ଼ିଶା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ସନ୍ଧ୍ୟାରେ କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଓ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାନିକ ଶାହାଙ୍କ ସହିତ ଫୋନ୍‌ ଯୋଗେ ଆଲୋଚନା କରିଛନ୍ତି। ଉଭୟ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ଘଟିଥିବା କ୍ଷୟକ୍ଷତି ପାଇଁ ସେ ସମବେଦନା ଜଣାଇଛନ୍ତି। ଉଭୟ ରାଜ୍ୟରେ ବିପର୍ଯ୍ୟୟ ପରବର୍ତ୍ତୀ ପୁନରୁଦ୍ଧାର ଓ ପୁନଃନିର୍ମାଣ ପାଇଁ ଓଡ଼ିଶା ସହଯୋଗର ହାତ ବଢ଼ାଇବାକୁ ପ୍ରସ୍ତୁତ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଲୋଚନା ସମୟରେ ମତପୋଷଣ କରିଛନ୍ତି। କେରଳ ଓ ତ୍ରିପୁରାକୁ ୫ କୋଟି ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ପ୍ରଦାନ କରାଯିବ। ଉଭୟ କେରଳ ଓ ତ୍ରିପୁରା ମୁଖ୍ୟମନ୍ତ୍ରୀ ଏହି ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି । ବିପର୍ଯ୍ୟୟ ସମୟରେ ଉଭୟ ରାଜ୍ୟରେ ଥିବା ଓଡ଼ିଆ ଲୋକଙ୍କୁ ସାହାଯ୍ୟ ଓ ସହାୟତା କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଦୁଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଗତ ମାସରେ ଉଭୟ ରାଜ୍ୟ ପ୍ରଳୟଙ୍କରୀ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛନ୍ତି। କେରଳରେ ଭୂସ୍ଖଳନ ଓ ତ୍ରିପୁରାରେ ବନ୍ୟା ଯୋଗୁଁ ବ୍ୟାପକ ଧନଜୀବନ ନଷ୍ଟ ହୋଇଛି ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories