www.samajalive.in
Sunday, December 14, 2025
26.1 C
Bhubaneswar

ଏସସି, ଏସଟି ଛାତ୍ରଛାତ୍ରୀଙ୍କ ପାଇଁ ‘ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା’; ମିଳିବ ୫ହଜାର ଟଙ୍କା

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଚଳିତ ବର୍ଷ ଏସସି, ଏସଟି ଛାତ୍ରଛାତ୍ରୀଙ୍କ ପାଇଁ ଆରମ୍ଭ ହେବ ‘ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା’। ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ସ୍କୁଲ ଡ୍ରପଆଉଟ୍‌‌ ସମସ୍ୟାକୁ ଦୂରେଇବା ପାଇଁ ମୋହନ ଏହି ପଦକ୍ଷେପ ଗ୍ରହଣ କରିଥିବା ସଂସଦୀୟ ବ୍ୟାପର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। କ୍ୟାବିନେଟ ନିଷ୍ପତ୍ତି ପରେ ଗୃହରେ ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ। ଏହି ଯୋଜନାରେ ଉପକୃତ ହେବେ ୩ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ। ଯୋଜନାରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ହଜାର ଟଙ୍କାର ଆର୍ଥିକ ପ୍ରୋତ୍ସାହନ ରାଶି। ଏହି ଯୋଜନା ପାଇଁ ମୋଟ ୧୫୭କୋଟି ଟଙ୍କା ଅଧିକ ଖର୍ଚ୍ଚ ହେବ। ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ ଆର୍ଥିକ ସମସ୍ୟା ଯୋଗୁଁ ଅନୁସୁଚିତ ଜାତି ଓ ଜନଜାତିର ଛାତ୍ରଛାତ୍ରୀମାନେ ପାଠ ପଢା ବନ୍ଦ କରୁଛନ୍ତି। ଯାହାକି ରାଜ୍ୟ ପାଇଁ ବଡ ଚିନ୍ତାର ବିଷୟ ବୋଲି ବିଜେପି ବାରମ୍ବାର କହିଆସିଛି। ଏହି ସମସ୍ୟାକୁ ଦୂର କରିବା ପାଇଁ ନିର୍ବାଚନ ଇସ୍ତାହାରରେ ଗୁରୁତ୍ୱ ଦିଆଯାଇଥିଲା। ଏବେ ବିଜେପି ସରକାର କ୍ଷମତାକୁ ଆସିବା ପରେ ଏହି ସମସ୍ୟାକୁ ଦୂର କରିବାକୁ ‘ସହିଦ ମାଧୋ ସିଂ ହାତଖର୍ଚ୍ଚ ଯୋଜନା ଆରମ୍ଭ କରିବ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories