www.samajalive.in
Sunday, December 7, 2025
18.1 C
Bhubaneswar

୯ ଯାଏ ବର୍ଷା; ଏଥର ଗଣେଶ ପୂଜାରେ ବର୍ଷିବ !

ଭୁବନେଶ୍ୱର : ଏଥର ଭିଜା ଭିଜା ଗଣେଶ ପୂଜା। ରାଜ୍ୟରେ ସମସ୍ତ ସ୍ଥାନରେ ଅଗ୍ର ପୂଜ୍ୟ ପ୍ରଭୁ ଗଣେଶଙ୍କ ପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମାତ୍ର ଏଥର ଗଣେଶ ପୂଜାରେ ବର୍ଷା ସମ୍ଭାବନା ଥିବାରୁ ପୂଜା ଫିକା ପଡିପାରେ ବୋଲି ଆଶଙ୍କା କରାଯାଉଛି। ଉତ୍ତର ଆନ୍ଧ୍ର ଉପକୂଳ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ପଶ୍ଚିମ କେନ୍ଦ୍ରୀୟ ତଥା ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗୁରୁବାର ଠାରୁ ଉପକୂଳ ଓ ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା ରହିଛି । ୯ ତାରିଖ ଯାଏଁ ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଗଣେଶ ପୂଜା ଥିବାରୁ ବର୍ଷା ହେବାର ସମ୍ଭାବନା ରହିଛି।

୫ରୁ ୬ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ , ଖୋର୍ଦ୍ଧା ଓ ନୟାଗଡ଼ ଜିଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଖାଲି ଧନୀ ତାଲିକାରେ ନୁହେଁ ; ଜାଣନ୍ତୁ କେଉଁ ବଲିଉଡ୍‌ କଳାକାର ଦେଇଛନ୍ତି ସର୍ବାଧିକ ଆୟକର?

- Advertisement -

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories