www.samajalive.in
Monday, December 15, 2025
24.1 C
Bhubaneswar

କ୍ୟାବିନେଟ୍‍ ନିଷ୍ପତ୍ତି ସଂକ୍ରାନ୍ତରେ ଗୃହକୁ ଜଣାଇଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ

ଡେସ୍କ: ରାଜ୍ୟ କ୍ୟାବିନେଟରେ ଗତକାଲି ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଗୁରୁବାର ବିଧାନସଭାକୁ ଅବଗତ କରାଯାଇଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ କୁମାର ମହାଲିଙ୍ଗ କ୍ୟାବିନେଟ ବୈଠକରେ ଗ୍ରହଣ କରାଯାଇଥିବା ୩ଟି ନିଷ୍ପତ୍ତି ସଂକ୍ରାନ୍ତରେ ସୂଚନା ଦେଇ କହିଛନ୍ତି, ଓଡିଶା ଦ୍ରବ୍ୟ ଓ ସେବା କର ଅଧିନିୟମ ୨୦୧୭ରେ ଥିବା ବ୍ୟବସ୍ଥାଗୁଡିକୁ ସରଳ କରିବା ନିମନ୍ତେ ଏବଂ କରଦାତାମାନଙ୍କର ଅଧିକ ସୁବିଧା ଲାଗି ଏହାକୁ ସଂଶୋଧନ କରିବା ପ୍ରସ୍ତାବ ରାଜ୍ୟ ମନ୍ତ୍ରୀମଣ୍ଡଳର ମଞ୍ଜୁରୀ ଲାଭ କରିଛି।

ଅନ୍ୟ ଏକ ନିଷ୍ପତ୍ତି ଅନୁଯାୟୀ, ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀମାନଙ୍କୁ ଉଚ୍ଚଶିକ୍ଷା ନିମନ୍ତେ ପ୍ରୋତ୍ସାହିତ କରିବା ପାଇଁ ଏବଂ ପାଠ ଛାଡୁଥିବା ପିଲାଙ୍କ ସଂଖ୍ୟା ହ୍ରାସ କରିବା ପାଇଁ ମାଧୋ ସିଂ ହାତଖର୍ଚ୍ଚ ଯୋଜନା ଅଷ୍ଟମରୁ ଉତ୍ତୀର୍ଣ୍ଣ ହୋଇ ନବମ ଏବଂ ଦଶମ ଶ୍ରେଣୀରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶ ଶ୍ରେଣୀରେ ନାମ ଲେଖାଇବା ପରେ ପ୍ରୋତ୍ସାହନ ରାଶି ଭାବରେ ବାର୍ଷିକ ୫୦୦୦ ଟଙ୍କା ପ୍ରଦାନ କରାଯିବ। ଏହି ଯୋଜନାରେ ପ୍ରାୟ ୩ଲକ୍ଷ ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀ ଉପକୃତ ହେବାକୁ ଥିବାବେଳେ ବଜେଟ୍‍ରେ ଏଥବପାଇଁ ୧୫୬ କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି ।

- Advertisement -

ଅନ୍ୟ ଏକ ନିଷ୍ପତ୍ତି ଅନୁଯାୟୀ, ହୀରାକୁଦ ଡ୍ୟାମ ପ୍ରକଳ୍ପ କୋନଲ ପଦ୍ଧତିର ନବୀକରଣ ଯୋଜନାକୁ କ୍ୟାବିନେଟ୍‍ ଅନୁମୋଦନ କରିଛି। ଏଥିରେ ୮୫୫ କୋଟି ଟଙ୍କା ବ୍ୟୟରେ ଆସନ୍ତା ୪ବର୍ଷ ମଧ୍ୟରେ ଯୋଜନାଟି କାର୍ଯ୍ୟକାରୀ ହେବ।

Hot this week

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

Related Articles

Popular Categories