www.samajalive.in
Thursday, December 11, 2025
13.1 C
Bhubaneswar

ଶୁକ୍ରବାର ରାଶିଫଳ : ମନ ପ୍ରସନ୍ନ ରହିବା ସହ ମିଳିବ ଖୁସି ଖବର, ଏହି ରାଶିର ଲୋକଙ୍କ ପାଇଁ ଶୁଭ

ମେଷ- ସୌଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ।

ବୃଷ- ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନସମ୍ପଦ ଭରପୂର ରହିବ। ଆୟୁଷ୍ମାନ୍‌ ହେବେ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁଖଶାନ୍ତିରେ ଦିନ ବିତାଇବେ।

- Advertisement -

ମିଥୁନ- କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନା ଫଳବତୀ ହେବ। ମଧୁର ଭାଷା ପ୍ରୟୋଗ କରି ପରକୁ ଆପଣାର କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ।

କର୍କଟ- ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ସିଂହ- କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ ସଦ୍ଦିଚ୍ଛା ଭାବ ରହିବ। ସୁଖୀ ରହିବେ।

କନ୍ୟା- ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

ତୁଳା- ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶତ୍ରୁତା ବୃଦ୍ଧିର ସୂଚନା ମିଳୁଛି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଆଜି ସତର୍କରେ ଚଳିବେ।

ବିଛା- ସାମାଜିକ କାର୍ଯ୍ୟରେ ସଂଶ୍ଲିଷ୍ଟ ହୋଇପାରନ୍ତି। ସମାଜସେବୀଭାବେ ଜନାଦ୍ରୁତ ହେବେ। ବ୍ୟବସାୟ ଲାଭଜନକ ହେବ। ଧୈର୍ଯ୍ୟବାନ୍‌ ହେବେ। ପାରିବାରିକ ଜୀବନ ସ୍ନେହପୂର୍ଣ୍ଣ ହେବ। ଅହଂଭାବକୁ ବିସର୍ଜନ ଦେବେ।

ଧନୁ- ମିତବ୍ୟୟୀ ହେବେ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସିତ ହେବେ। ସତ୍‌ପରାୟଣ ହେବେ।

ମକର- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ସୂତ୍ରରୁ ପ୍ରବାହିତ ହେବ। ପତ୍ନୀ ସୁଗୃହିଣୀ ହେବେ। ଧାର୍ମିକ ଓ ତେଜସ୍ବୀ ହେବେ।

କୁମ୍ଭ- ଉଦାର ଚରିତସମ୍ପନ୍ନ ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। ଯାନବାହନ ସୁଖ ମିଳିପାରେ। ଜଳଯାତ୍ରାରେ ବିପଦ ରହିଛି।

ମୀନ- ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହୋଇପାରନ୍ତି। ଅନୁଜଙ୍କଠାରୁ ସମ୍ମାନ ମିଳିବ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories