www.samajalive.in
Monday, December 15, 2025
17.1 C
Bhubaneswar

ଜଙ୍ଗଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଜବତ

ଫୁଲବାଣୀ: ଫିରିଙ୍ଗିଆ ପଞ୍ଚାୟତ ମହାବିଦ୍ୟାଳୟ ସମ୍ମୁଖରେ ଥିବା କୁସାସରୁ ଜଙ୍ଗଲରୁ ଜଣେ କଲେଜ ଛାତ୍ରୀଙ୍କ ଝୁଲନ୍ତା ମୃତଦେହକୁ ପୁଲିସ ଜବତ କରିଛି। ଛାତ୍ରୀ ଜଣକ ପିନ୍ଧିଥିବା ଯୁନିଫର୍ମରୁ ସେ ଯୁକ୍ତ ୨ ପ୍ରଥମ ବର୍ଷରେ ପଢ଼ୁଥିବା ଜଣାପଡିଛି। ମୃତଦେହ ପାଖରେ ଛାତ୍ରୀଙ୍କ ବ୍ୟାଗ ଓ ମୋବାଇଲ ଫୋନ ରହିଛି। ଛାତ୍ରୀ ଜଣକ ଫିରିଙ୍ଗିଆ ଥାନା ପବିଙ୍ଗିଆ ପଞ୍ଚାୟତର ବୋଲି ଜଣାପଡିଛି।

ଏ ନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(୧୧/୨୪) ରୁଜୁ ହୋଇଥିବାବେଳେ ଛାତ୍ରୀ ଜଣକ ଆତ୍ମହତ୍ୟା କରିଛନ୍ତି କି କେହି ତାଙ୍କୁ ହତ୍ୟା କରିଛି ତାହା ଅସ୍ପଷ୍ଟ ରହିଛି। ପୁଲିସ ଏ ଦିଗରେ ତଦନ୍ତ ଚଳାଇଛି।

- Advertisement -

ପରିବାର ଲୋକଙ୍କ କହିବା ଅନୁସାରେ, ଛାତ୍ରୀ ଜଣକ ଟିକାବାଲି ଥାନା ଲାଇନପଡା ଅଞ୍ଚଳର ଜଣେ ଯୁବକଙ୍କୁ ବର୍ଷେ ତଳେ ଭଲପାଇ ତାଙ୍କ ସାଙ୍ଗରେ ଚାଲିଯାଇଥିଲେ। ପରେ ପରିବାର ଲୋକେ ବୁଝାଶୁଝା କରିବା ସହ ଝିଅକୁ ଘରକୁ ନେଇଆସିଥିଲେ। ଚଳିତ ବର୍ଷ ପାଠ ପଢିବା ପାଇଁ ପରିବାର ଲୋକେ ତାଙ୍କୁ ଫିରିଙ୍ଗିଆ ପଞ୍ଚାୟତ ମହାବିଦ୍ୟାଳୟରେ ନାମ ଲେଖାଇଥିଲେ। ଅନ୍ୟପଟେ ପରିବାର ଲୋକେ ଝିଅର ଆତ୍ମହତ୍ୟାକୁ ସହଜରେ ଗ୍ରହଣ କରିପାରୁ ନ ଥିବା ବେଳେ ଏହା ଏକ ହତ୍ୟାକାଣ୍ଡ ବୋଲି ଅଭଯୋଗ କରିଛନ୍ତି। ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ସତ୍ୟାସତ୍ୟ ଜଣାପଡିବ ବୋଲି  ଫିରିଙ୍ଗିଆ ଥାନା ଅଧିକାରୀ କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories