www.samajalive.in
Sunday, December 14, 2025
16.1 C
Bhubaneswar

ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଖେଳ ଉତ୍ସବ-୨୦୨୪ ଆୟୋଜିତ

ଡେସ୍କ: ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବ ପାଳନ ପୂର୍ବରୁ ଏବଂ ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରଣାଳୟ ସହଯୋଗରେ ଜାତୀୟ କ୍ରୀଡ଼ା ଦିବସ ୨୦୨୪ ପାଳନ ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଅଗଷ୍ଟ ୨୭, ୨୦୨୪ଠାରୁ ଅଗଷ୍ଟ ୩୦, ୨୦୨୪ ପର୍ଯ୍ୟନ୍ତ ନୂଆଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଷ୍ଟାଡିୟମ ଏବଂ ଜବାହାରଲାଲ ନେହେରୁ ଷ୍ଟାଡିୟମରେ ଖେଳ ଉତ୍ସବ-୨୦୨୪ ଅନୁଷ୍ଠିତ ହୋଇଯାଇଛି।

ପ୍ରଥମ ସଂସ୍କରଣରେ ମନ୍ତ୍ରଣାଳୟ ପକ୍ଷରୁ ଚାରୋଟି କ୍ରୀଡ଼ା କ୍ରିକେଟ, ହକି, ବ୍ୟାଡମିଣ୍ଟନ ଏବଂ ଟେବୁଲ ଟେନିସ ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା। ମନ୍ତ୍ରଣାଳୟର ୨୦୦ରୁ ଅଧିକ ଅଧିକାରୀ ଏବଂ କର୍ମଚାରୀ ପ୍ରବଳ ଉତ୍ସାହ ଓ ଉଦ୍ଦୀପନାର ସହ ଅଂଶଗ୍ରହଣ କରିବା ସମେତ ଏହାକୁ ସଫଳ କରାଇବାରେ ସହଯୋଗ କରିଥିଲେ। ଖେଳ ଉତ୍ସବର ଆଗାମୀ ସଂସ୍କରଣରେ ଏଥିରେ ଅଧିକ ବର୍ଗର କ୍ରୀଡ଼ାକୁ ସାମିଲ କରାଯିବା ପାଇଁ ମନ୍ତ୍ରଣାଳୟ ପକ୍ଷରୁ ପ୍ରୟାସ କରାଯାଉଛି। ସେପ୍ଟେମ୍ବର ୪ରେ ମେଜର ଧ୍ୟାନଚାନ୍ଦ ଟ୍ରଫି ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଶାସ୍ତ୍ରୀ ଭବନର ପିଆଇବି ସମ୍ମିଳନୀ କକ୍ଷଠାରେ ଏହାର ଆୟୋଜନ କରାଯାଇଥିଲା। ଏହି ଟ୍ରଫି ବିତରଣ ସମାରୋହରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ସଚିବ ସଞ୍ଜୟ ଜାଜୁ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories