www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟ ମହିଳା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ରାଜ୍ୟ ମହିଳା କଂଗ୍ରେସର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି । ଏଥିରେ ଯୋଗ ଦେବା ପାଇଁ ରାଷ୍ଟ୍ରୀୟ କଂଗ୍ରେସ ଅଧ୍ୟକ୍ଷା ସୁସ୍ମିତା ଦେବ ଦୁଇଦିନିଆ ଓଡିଶା ଗସ୍ତରେ ଆସିଛନ୍ତି । ମହିଳା ଭୋଟରଙ୍କୁ ହାତେଇବା ପାଇଁ ସୁସ୍ମିତା ଦେବ ବୈଠକରେ କଂଗ୍ରେସ ମହିଳା କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ବୋଲି ସୂଚନା ମିଳିଛି । ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ସମ୍ପର୍କରେ ଏହି କାର୍ଯ୍ୟକାରିଣୀ ବୈଠକ ଆଲୋଚନା କରାଯାଇଛି । ଏହା ସହ ବୈଠକରେ ପିପିଲି ଗଣବଳାତ୍କାର ପ୍ରସଙ୍ଗ ଉପରେ ମଧ୍ୟ ଗୁରୁତ୍ବ ଦିଆଯିବ । ବୈଠକ ପରେ କଂଗ୍ରେସ ଦଳ ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି ।

ସୂଚନାଯୋଗ୍ୟ, ଗୁରୁବାର ଅପରାହ୍ନରେ ସୁସ୍ମିତା ଦେବ ପିପିଲି ଗଣଦୁଷ୍କର୍ମ ପୀଡିତାଙ୍କ ଗାଁକୁ ଯାଇ ତାଙ୍କ ପରିବାରକୁ ଭେଟିଥିଲେ । ତଦନ୍ତରେ ତ୍ରୁଟି ଯୋଗୁଁ ଅଭିଯୁକ୍ତମାନେ ନିର୍ଦୋଷରେ ମୁକ୍ତ ହୋଇଥିବା ପ୍ରକାଶ କରିଥିଲେ । ଏହି ମାମଲାର ତଦନ୍ତ ଭାର ପୁଣି ଥରେ ସିବିଆଇକୁ ହସ୍ତାନ୍ତର କରିବାକୁ ସେ ଦାବି କରିଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories