www.samajalive.in
Saturday, December 13, 2025
26.1 C
Bhubaneswar

୧୦ ଯାଏଁ ପ୍ରବଳ ବର୍ଷିବ; ଆଜି ଏହି ୨୨ ଜିଲାକୁ ସତର୍କ ସୂଚନା ଜାରି..

ଭୁବନେଶ୍ୱର : ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଘନୀଭୂତ ହୋଇ କ୍ରମଶଃ ଏହା ଉତ୍ତର ଦିଗରେ ଗତି କରିବ । ଏହାର ପ୍ରଭାବରେ ୧୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ଅନୁମାନ କରିଛି । ଶନିବାର ୨୨ ଜିଲାକୁ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଘଡଘଡି, ବିଜୁଳି ସହ ପ୍ରବଳ ବର୍ଷା ପାଇଁ ଏସବୁ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହାସହ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ । ୨୨ ଜିଲା ମଧ୍ୟରେ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ଦେବଗଡ, ସମ୍ବଲପୁର, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ମାଲକାନଗିରି, ନବରଙ୍ଗପୁରକୁ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ସେହିପରି ୮ ତାରିଖରେ ଦକ୍ଷିଣ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷିବ । ୯ ତାରିଖରୁ ପ୍ରବଳ ବର୍ଷା ସହ ପବନର ବେଗ ବଢିବ । ୮,୯ ଓ ୧୦ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ବଦଳିବ ଭାଗ୍ୟ, ହୀରା ଭଳି ଚମକିବ, ଗଣେଶ ଚତୁର୍ଥୀରେ ରାଶି ଅନୁଯାୟୀ ଏହି ଉପାୟରେ ମିଳିବ ସଫଳତା..

- Advertisement -

 

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories