www.samajalive.in
Sunday, December 7, 2025
26.1 C
Bhubaneswar

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ, ସମ୍ଭାବ୍ୟ ଲଘୁଚାପ ବର୍ଷା  ପାଇଁ ପ୍ରସ୍ତୁତି ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର–ପଶ୍ଚିମ ବଙ୍ଗୋପସାଗର ରେ ଅବପାତ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ଏହା ଉତ୍ତର ଓଡିଶା, ପଶ୍ଚିମ ବଙ୍ଗ ଉପକୂଳରେ ଗତିଶୀଳ ହୋଇ ଆଗାମୀ ୨୪ଘଣ୍ଟାରେ ଗଭୀର ଅବପାତର ରୂପ ନେଇପାରେ । ଏହା ପୁରୀ ଏବଂ ଦିଘା ମଧ୍ୟରେ ଆସନ୍ତା କାଲି ୯ ତାରିଖ ରାତି ସୁଦ୍ଧା ଅତିକ୍ରମ କରିପାରେ । ଏହି ପରିପ୍ରେକ୍ଷୀରେ ଓଡିଶା ଉପକୂଳରେ ସମ୍ଭାବ୍ୟ ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ପ୍ରସ୍ତୁତି ରହିବାକୁ ନିର୍ଦ୍ଦେଶ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।

ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଦୃଷ୍ଟିରୁ ପୁରୀ , ଜଗତସିଂହପୁର, ଖୋର୍ଦ୍ଧା, କଟକ, ଢେଙ୍କାନାଳ ଜିଲ୍ଲାକୁ ପ୍ରସ୍ତୁତି ସହ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆହୁରି ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଂଜାମ  ଜିଲ୍ଲାକୁ ପ୍ରସ୍ତୁତି ପାଇଁ ସଜାଗ କରାଯାଇଛି। ଏ ସଂପର୍କରେ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ଅବଗତ କରାଯାଇଛି।

- Advertisement -

ସମ୍ଭାବ୍ୟ ଲଗାଣ ବର୍ଷା ଫଳରେ ବିଭିନ୍ନ ତଳିଆ ଅଂଚଳରେ ବର୍ଷା ଜମି ରହିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ପଦକ୍ଷେପ ନିଆଯିବା, ଆବଶ୍ୟକସ୍ଥଳେ ଅତ୍ୟଧିକ ବର୍ଷା ହେଲେ ତଳିଆ ଅଂଚଳ ଲୋକଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କ୍ଷେତ୍ରସ୍ତରରେ ଥିବା ଯନ୍ତ୍ରୀମାନଙ୍କୁ ନଦୀ ବନ୍ଧ ପ୍ରତି ସତର୍କ ଦୃଷ୍ଟି ରଖିବାକୁ କୁହାଯାଇଛି। ମହାନଗର ନିଗମ ଓ ପୌରାଂଚଳ କର୍ତ୍ତୃପକ୍ଷମାନଙ୍କୁ ଡ୍ରେନେଜ ସମସ୍ୟା ଉପୁଜିଲେ ତୁରନ୍ତ ପ୍ରତିକାର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅଗ୍ନିଶମ ସେବା ବିଭାଗ ଏବଂ  ଓଡ୍ରାଫ୍ ମୁତୟନ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories