www.samajalive.in
Sunday, December 14, 2025
17.1 C
Bhubaneswar

ମାଲକାନଗିରିରେ ପ୍ରବଳ ବର୍ଷା, ସହର ଜଳମଗ୍ନ

ମାଲକାନଗିରି: ପ୍ରବଳ ବର୍ଷାହେବା ଦ୍ୱାରା ମାଲକାନଗିରି ସହର ଜଳମଗ୍ନ ହୋଇଛି। ରବିବାର କାଲିସନ୍ଧ୍ୟାରେ ବର୍ଷା ଯୋଗୁଁଁ ରାସ୍ତାରେ ପ୍ରବଳ ବେଗରେ ପାଣିର ସୁଅ ଚାଲୁଥିବା ବେଳେ ପାଙ୍ଗମ ନଦୀ ପୋଲ ଉପରେ ୨ଫୁଟରୁ ଊର୍ଦ୍ଧ୍ବ ପାଣି ପ୍ରବାହିତ ହୋଇ ମାଲକାନଗିରି ଜୟପୁର ୩୨୬ ନମ୍ବର ଜାତୀୟ ରାଜପଥରେ ଯାନବାହାନ ଚଳ ପ୍ରଚଳ ବନ୍ଦରହିଛି। ଆଜି ସକାଳୁ ଜିଲ୍ଲାରେ ପ୍ରବଳ ବେଗରେ ବର୍ଷା ଲାଗିରହିଛି। ସହରର ଥାନା ଛକ, ହୋଟେଲ କୁଇନାଇ ଛକ, ବାଲିସାଗର ସାହି, ବସ ଷ୍ଟାଣ୍ଡ ବିଭିନ୍ନ ସ୍ଥାନରେ ପାଣିର ସୁଅ ଚାଲିଥିବାରୁ ରାସ୍ତା ଦେଖା ଯାଉନାହିଁ। ଫଳରେ ଯାନ ବାହନ ଚଳାଚଳ ସହିତ ଯାତାୟତ ବନ୍ଦ ହୋଇଯାଇଛି। ଏହି ବର୍ଷା ଦ୍ୱାରା ପୁଣି ଥରେ ସାବେରୀ, ସିଲେରୁ, ତମସା, ପୋଟେରୁ, ପାଙ୍ଗମ ନଦୀ ଫୁଲି ପୋଲ ଉପରେ ପାଣି ପ୍ରଭାହିତ ହେଉଛି। ବିଶେଷ କରି ପାଙ୍ଗମ ନଦୀ ପୋଲ ଉପରେ ଦୁଇଫୁଟ ଉଚ୍ଚର ପାଣି ଚାଲିଥିବାରୁ ମାଲକାନଗିରି ଠୁ ଜୟପୁରକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ପୋଲର ଦୁଇ ପାର୍ଶ୍ବରେ ଶତାଧିକ ଯାନ ବାହନ ଅଟକି ରହିଛି। ପ୍ରବଳ ବେଗରେ ବର୍ଷା ଲାଗି ରହିଥିବାରୁ ସହରରେ ଦୋକାନ ବଜାର ସବୁ ବନ୍ଦ ହୋଇଯାଇଛି। ସେହିପରି କାଙ୍ଗୁରକୋଣ୍ଡା ପୋଲ ଉପରେ ୧୦ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ମାଲକାନଗିରିରୁ କାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories