www.samajalive.in
Sunday, December 7, 2025
14.1 C
Bhubaneswar

ଦେଶରେ ପ୍ରଥମ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଜଣେ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସନ୍ଦିଗ୍ଧଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯାଇଛି। ବ୍ୟକ୍ତି ଜଣଙ୍କ ମଙ୍କିପକ୍ସ ସଂକ୍ରମିତ ଅଞ୍ଚଳରୁ ଭାରତ ଗସ୍ତରେ ଆସିଥିଲେ। ତାଙ୍କୁ ଏବେ ଡାକ୍ତରଖାନାରେ ସଙ୍ଗରୋଧରେ ରଖାଯାଇଛି। ସନ୍ଦିଗ୍ଧ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟମାନଙ୍କୁ ଚିହ୍ନଟ କରିବା ଲାଗି ପ୍ରଶାସନ ପକ୍ଷରୁ ଉଦ୍ୟମ ଚାଲିଛି। ଏହି ସନ୍ଦେହଜନକ ସଂକ୍ରମଣକୁ ନେଇ କୌଣସି ପ୍ରକାର ଆତଙ୍କିତ ନହେବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଜନସାଧାରଣଙ୍କୁ ପରାମର୍ଶ ଦେଇଛି। ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ର (ଏନସିଡିସି)ର ମାର୍ଗଦର୍ଶିକା ଅନୁଯାୟୀ ପରିସ୍ଥିତିକୁ ପରିଚାଳନା କରାଯାଉଛି। ମଙ୍କିପକ୍ସ ସଂକ୍ରମଣକୁ ମୁକାବିଲା କରିବା ଲାଗି ଦେଶ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ମନ୍ତ୍ରଣାଳୟ କହିଛି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସୂଚନା ଅନୁସାରେ ୧୧୨ ଦେଶରେ ୯୬ହଜାର ମଙ୍କିପକ୍ସ ରୋଗୀ ଚିହ୍ନଟ ହୋଇସାରିଲେଣି।

Hot this week

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

Related Articles

Popular Categories