www.samajalive.in
Saturday, December 6, 2025
14.1 C
Bhubaneswar

ନଭେମ୍ବର ୧୫ସୁଦ୍ଧା ସିସିଟିଭି ନଲାଗିଲେ ବାତିଲ ହେବ ପରୀକ୍ଷା

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷକଙ୍କୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ। ଏଥିସହ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ଲାଗିଥିବା ସିସିଟିଭି ସବୁ କାର୍ଯ୍ୟକ୍ଷମ ଅଛି କି ନାହିଁ ତାହାର ରିପୋର୍ଟ ଦେବାକୁ ମଧ୍ୟ ଚିଠିରେ ଉଲ୍ଲେଖ କରାଯାଇଛି। ୨୦୨୫ ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ଫାଇନାଲ ପରୀକ୍ଷା ପାଇଁ ହାତରେ ଆଉ ୪ମାସ ବାକି ରହିଥିବାରୁ ପରୀକ୍ଷାକୁ ସ୍ୱଚ୍ଛ ଭାବେ ପରିଚାଳନା କରିବା ପାଇଁ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଫୁଟେଜ ଲଗାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଯେଉଁ ବିଦ୍ୟାଳୟ ଧାର୍ଯ୍ୟ ସମୟରେ ନିର୍ଦେଶ ପାଳନ ନକରିବେ ସେଠାରେ ପରୀକ୍ଷା ବାତିଲ କରିବାକୁ ସରକାରଙ୍କୁ ସୁପାରିଶ କରିବାକୁ ନିଷ୍ପତ୍ତି ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories