www.samajalive.in
Sunday, December 7, 2025
18.1 C
Bhubaneswar

ପୌରାଞ୍ଚଳମାନଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ବର:  ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବପାତ କ୍ଷେତ୍ର ସ୍ରୁଷ୍ଟି ହୋଇଛି। ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଉପକୁଳରେ ଗତିଶୀଳ ହୋଇ ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତ ରୂପ ନେଇପାରେ।  ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଉପକୁଳ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଏବଂ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲାକୁ ପ୍ରସ୍ତୁତି ସହିତ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

ସମ୍ଭାବ୍ୟ ଲଗାଣ ବର୍ଷା ଫଳରେ ବିଭିନ୍ନ ତଳିଆ ଅଂଚଳରେ ବର୍ଷା ପାଣି ଜମିରହିବାକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ। ଏହି ପରିପ୍ରେକ୍ଷୀରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢୀ ସମସ୍ତ ମହାନଗର ନିଗମର କମିଶନରଙ୍କ ସମେତ ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

- Advertisement -

ଖାଲୁଆ ତଥା ତଳିଆ ସ୍ଥାନଗୁଡିକ ପାଇଁ ପମ୍ପସେଟ୍ ପ୍ରସ୍ତୁତ ରଖିବାକୁ ନିର୍ବାହୀ ଅଧିକାରୀ ମାନଙ୍କୁ ପରାମର୍ଶ ଦିଆଯାଇଛି ,ଜଳବନ୍ଦି , ରାସ୍ତାଘାଟ ବିଚ୍ଛିନ୍ନ ହେବା ଆଦି ସଂପର୍କରେ ସତର୍କ ଦୃଷ୍ଟି ରଖିବାକୁ କୁହାଯାଇଛି। ପୌର ପରିଷଦ (ୟୁଏଲବି)ଗୁଡିକ ତୁରନ୍ତ ସେମାନଙ୍କର କଣ୍ଟ୍ରୋଲ୍ ରୁମ କାର୍ଯ୍ୟକ୍ଷମ କରିବାକୁ ପରାମର୍ଶ ଦିଆଯାଇଛି।

ଶ୍ରୀମତୀ ପାଢୀ ଆଭାସିରେ ବିଭାଗର ବରିଷ୍ଠ ଅଧିକାରୀ ଓ ବିଭିନ୍ନ ଜିଲା ଦାୟିତ୍ୱରେ ଥିବା ବିଭାଗରେ ନୋଡାଲ ଅଧିକାରୀମାନଙ୍କ ସମେତ ପୌରଅଧିକାରୀ ମାନଙ୍କ ସହ ତାଜା ପରିସ୍ଥିତି ସଂପର୍କରେ ସମୀକ୍ଷା କରିଛନ୍ତି । ସେମାନେ ପରିସ୍ଥିତି ମୁକାବିଲା ପାଇଁ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ। ନୋଡାଲ ଅଧିକାରୀମାନେ କ୍ରମାଗତ ଭାବେ ସଂପୃକ୍ତ ଜିଲାର ପୌରାଚଂଳ ଗୁଡିକର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବା ସହ ମନିଟର କରିବାକୁ ପ୍ରମୁଖ ସଚିବ ଶ୍ରୀମତୀ ପାଢୀ ନିର୍ଦ୍ଦେଶ ଦେଇଛନ୍ତି । ପ୍ରକାଶକ ଥାଉକି ପ୍ରମୁଖ ସଚିବ ଶ୍ରୀମତୀ ପାଢୀ ଗତକାଲି ଠାରୁ ସମସ୍ତ ପୌରାଞ୍ଚଳ ଗୁଡିକୁ ପ୍ରସ୍ତୁତି ପୂର୍ବକ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଥିଲେ।

ଆଜି ଆଭାସୀରେ ସ୍ବତନ୍ତ୍ର ସଚିବ ରାଜେଶ ପ୍ରଭାକର ପାଟିଲ, ପୌର ନିର୍ଦ୍ଦେଶକ ଦେବାଶିଷ ସିଂହ, ରାଜ୍ୟ ଗୃହ ନିର୍ମାଣ ନିର୍ଦ୍ଦେଶକ ଗଙ୍ଗାଧର ନାୟକ, ଅତିରିକ୍ତ ଶାସନ ସଚିବ ରବିନ୍ଦ୍ର କୁମାର ସାହୁଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories