www.samajalive.in
Wednesday, December 10, 2025
17.1 C
Bhubaneswar

ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରସ୍ତୁତି

ଆଠଗଡ଼; ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତର ରୂପ ନେଇଥିବାରୁ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। କଟକ ଜିଲାରେ ପ୍ରବଳ ବର୍ଷା ଓ ନଦୀ ନାଳରେ ବନ୍ୟାଜଳ ପ୍ରବାହିତ ହେବାର ଆଶଙ୍କାକୁ ଦୃଷ୍ଟିରେ ରଖି ସମସ୍ତ ବ୍ଲକରେ ସତର୍କ ଓ ସଜାଗ ରହିବା ପାଇଁ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେବ ସିନ୍ଦେ ନିର୍ଦ୍ଦେଶ ଦେଇଛନ୍ତି। ଆଠଗଡ଼ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇଙ୍କ ନିର୍ଦ୍ଦେଶକ୍ରମେ ଉପଖଣ୍ଡର ଆଠଗଡ଼, ତିଗିରିଆ, ବଡମ୍ବା ଓ ନରସିଂହପୁର ବ୍ଲକରେ ବିଡିଓ, ତହସିଲଦାର ଓ ଅନ୍ୟ କର୍ମଚାରୀ ନିଜ କାର୍ଯ୍ୟାଳୟରେ ଉପସ୍ଥିତ ରହିବା ସହିତ ପ୍ରବଳ ବର୍ଷା ଦ୍ୱାରା କ୍ଷତିଗ୍ରସ୍ତ ସମ୍ଭାବନା ଥିବା ସମ୍ବେଦନଶୀଳ ଅଞ୍ଚଳ ଉପରେ ତୀକ୍ଷଣ ଦୃଷ୍ଟି ରଖିଛନ୍ତି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଓଡ୍ରାଫର ହାବିଲଦାର ରଶ୍ମୀରଞ୍ଜନ ସ୍ବାଇଁଙ୍କ ନେତୃତ୍ବରେ ୧୦ଜଣିଆ ଦଳ ଆସି ଆଠଗଡ଼ ବ୍ଲକ୍ କାର୍ଯ୍ୟାଳୟରେ ପହଞ୍ଚି ସେଠାରେ ସଜାଗ ରହିଛନ୍ତି।

ଅବିଶ୍ରାନ୍ତ ବର୍ଷା ଯୋଗୁଁଁ ଯେଉଁ ସବୁ ତଳିଆ ଅଞ୍ଚଳରେ ବନ୍ୟାଜଳ ପଶିବାର ସମ୍ଭାବନା ରହିଛି ସେ ଅଞ୍ଚଳରେ ବସବାସ କରୁଥିବା ଲୋକ ଓ ସରକାରୀ କ୍ଷେତ୍ର କର୍ମଚାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ବନ୍ୟା ପରିସ୍ଥିତି ସୃଷ୍ଟି ହେଲେ ଲୋକଙ୍କୁ ସ୍ଥାନାନ୍ତର କରି ବିଭିନ୍ନ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳ ଅବା ସ୍କୁଲରେ ଥଇଥାନ କରିବା ଲାଗି ପ୍ରଶାସନ ପ୍ରସ୍ତୁତ ରହିଛି ବୋଲି ଉପଜିଲ୍ଲାପାଳ ଶ୍ରୀ ତରାଇ କହିଛନ୍ତି। ଉପଜିଲ୍ଲାପାଳ କାର୍ଯ୍ୟାଳୟ ସମେତ ଉପଖଣ୍ଡର ସବୁ ବ୍ଲକ ଓ ତହସିଲରେ ୨୪ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ ହୋଇଛି। ଆସନ୍ତା ୧୧ ତାରିଖ ବୁଧବାର ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପ୍ରଶାସନ ସତର୍କ ରହିବା ସହ ମୁକାବିଲା କରିବାକୁ ପ୍ରସ୍ତୁତ ରହିଛି ବୋଲି ଉପଜିଲ୍ଲାପାଳ ପ୍ରକାଶ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories