www.samajalive.in
Saturday, December 6, 2025
19.1 C
Bhubaneswar

ମାଲକାନଗିରି ସ୍ଥିତି ସମୀକ୍ଷା କଲେ ରାଜ୍ୟ ପ୍ରତିନିଧି ଦଳ; ବିଜୁଳି ଓ ପାନୀୟ ଜଳ ଯୋଗାଣକୁ ପ୍ରାଥମିକତା

ମାଲକାନଗିରି: ଲଗାଣ ବର୍ଷା ସ୍ଥିତି ସମୀକ୍ଷା କରିବାକୁ ମଙ୍ଗଳବାର ରାଜ୍ୟ ସରକାରଙ୍କ ଏକ ପ୍ରତିନିଧି ଦଳ ମାଲକାନଗିରି ଗସ୍ତ କରିଛନ୍ତି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ, ଅଗ୍ନିଶମ ବିଭାଗ ଡିଜି ଡ଼ଃ ସୁଧାଂଶୁ ଷଡ଼ଙ୍ଗୀ ଓ ଦକ୍ଷିଣାଞ୍ଚଳ ପୁଲିସ ଡିଆଇଜି, ଚରଣ ସିଂ ମୀନା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏହି ପରିସ୍ଥିତି ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି। ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଓ ଆରକ୍ଷୀ ଅଧିକ୍ଷକ ନୀତେଶ ୱାଧୱାନୀ ଲଗାଣ ବର୍ଷାରେ ଜିଲା ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପ ତଥା ପ୍ରସ୍ତୁତି ସଂପର୍କରେ ପ୍ରତିନିଧି ଦଳଙ୍କୁ ଅବଗତ କରାଇଥିଲେ। ପ୍ରାଥମିକତା ଭିତ୍ତିରେ ବିଜୁଳି ସଂଯୋଗୀକରଣ, ପାନୀୟ ଜଳ ଯୋଗାଣ ଓ ପ୍ରାଣୀ ସମ୍ପଦଙ୍କ ନିମନ୍ତେ ପଦକ୍ଷେପ ନେବା ପାଇଁ ଶ୍ରୀ ସେଠୀ ଗୁରୁତ୍ବାରୋପ କରିଛନ୍ତି। ସମସ୍ତ କ୍ଷୟକ୍ଷତିର ଆକଳନ କରାଯାଇ କ୍ଷତିଗ୍ରସ୍ତଙ୍କୁ ଅନୁକମ୍ପାମୂଳକ ସହାୟତା ଜିଲା ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯିବ ବୋଲି ଶ୍ରୀ ସେଠୀ ସୂଚନା ଦେଇଛନ୍ତି। ସେହିପରି ଜିଲାରେ ସଂପୂର୍ଣ୍ଣ ସ୍ଥିତି ସ୍ବାଭାବିକ ହେବା ପର୍ଯ୍ୟନ୍ତ ଓଡ୍ରାଫ୍ ଦଳ ସେବା ପ୍ରଦାନ କରିବେ ବୋଲି ଅଗ୍ନିଶମ ଡିଜି ସୂଚନା ଦେଇଛନ୍ତି। ଏହି ସମ୍ବେଦନଶୀଳ ସ୍ଥିତି ନେଇ ରାଜ୍ୟ ସରକାର ଅନବରତ ଦୃଷ୍ଟି ରଖିଛନ୍ତି ବୋଲି ଡଃ ଷଡ଼ଙ୍ଗୀ ପ୍ରକାଶ କରିଛନ୍ତି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ନିଷ୍ଠାପର ଭାବେ ସେବା ପ୍ରଦାନ କରିଥିବା ଅଗ୍ନିଶମ କର୍ମଚାରୀଙ୍କୁ ରାଜ୍ୟସ୍ତରରେ ପୁରସ୍କୃତ କରାଯିବ ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି। ଏହି ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଅଧିକ ଆବଶ୍ୟକୀୟ ମାନବ ସମ୍ବଳ ଓ ଯନ୍ତ୍ରପାତି ଯୋଗାଇ ଦିଆଯିବ।

ସୂଚନା ଥାଉ କି, ୪୪୩ କ୍ଷତିଗ୍ରସ୍ତ ପରିବାରକୁ ପଲିଥିନ୍ ଯୋଗାଇ ଦିଆଯାଇଛି। ସେହିପରି ୫୪ ଜଣ ଗର୍ଭବତୀ ମାଆମାନଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିଶମ ବାହିନୀ ଦ୍ବାରା ୨୭ ଜଣଙ୍କୁ ଉଦ୍ଧାର କରାଯିବା ସହିତ ୧୭୫ ଜଣଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଜିଲାରେ ୬ଟି ଓଡ୍ରାଫ ଦଳକୁ ମୁତୟନ କରାଯାଇଛି। ସେହିପରି ୫ଟି ଅଗ୍ନିଶମ ଦଳ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବାବେଳେ ୩ଟି ଦଳ ରାସ୍ତା ସଫେଇ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଏହି ସମ୍ବେଦନଶୀଳ ପରିସ୍ଥିତିରେ ଜିଲା ପ୍ରଶାସନର ପ୍ରସ୍ତୁତି ଓ ମୁକାବିଲା ନିମନ୍ତେ ରାଜ୍ୟ ପ୍ରତିନିଧି ଦଳ ଜିଲା ପ୍ରଶାସନ ଏବଂ ଜିଲାର ଜନସାଧାରଣଙ୍କ ସହଯୋଗ ନିମନ୍ତେ ପ୍ରଶଂସା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ(ରାଜସ୍ୱ) ବେଦବର ପ୍ରଧାନ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ ଉପସ୍ଥିତ ଥିଲେ।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories