www.samajalive.in
Saturday, December 13, 2025
23.1 C
Bhubaneswar

ସୁଭଦ୍ରା ଫର୍ମ ଓ ପଞ୍ଜୀକରଣ ପାଇଁ ଅର୍ଥ ଦାବି କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ମହିଳାମାନଙ୍କୁ ସଶକ୍ତ ଓ ସ୍ଵାବଲମ୍ବୀ କରିବା ନିମନ୍ତେ ରାଜ୍ୟ ସରକାର ସୁଭଦ୍ରା ଯୋଜନା ପ୍ରଣୟନ କରିଛନ୍ତି।ଏହି ଯୋଜନା ପାଇଁ ଓଡ଼ିଶାର ଘରେ ଘରେ ଉତ୍ସାହ ଦେଖିବାକୁ ମିଳିଛି।ରାଜ୍ୟ ମହିଳା ଶିଶୁ ବିକାଶ ବିଭାଗର ଡାଟାବେସରୁ ମିଳୁଥିବା ତଥ୍ୟ ଅନୁଯାୟୀ ସମଗ୍ର ଓଡ଼ିଶାରେ ଆଜି(୧୦/୦୯/୨୦୨୪) ସୁଦ୍ଧା ପନ୍ଦର ଲକ୍ଷରୁ ଅଧିକ ଫର୍ମ ପଞ୍ଜିକରଣ ହୋଇଛି। ଏହି ଯୋଜନା ଅନ୍ତର୍ଗତ ଆବେଦନ ଫର୍ମ ବିତରଣ ଓ ଅନଲାଇନ ପଞ୍ଜୀକରଣ କରିବା ପାଇଁ କୌଣସି ଦେୟ ଦେବାକୁ ପଡିବ ନାହିଁ।କିନ୍ତୁ କେତେକ ସ୍ଥାନରେ ଅଙ୍ଗନବାଡି କର୍ମୀ, ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ଉଭୟ ଫର୍ମ ପାଇଁ ଓ ଅନଲାଇନରେ ଫର୍ମ ଅପଲୋଡ କରିବା ପାଇଁ ୫୦ ରୁ ୨୦୦ ଟଙ୍କା ଅର୍ଥ ଦାବି କରୁଥିବା ସୂଚନା ମିଳୁଛି। ଯେକୌଣସି ସ୍ଥାନରେ ସୁଭଦ୍ରା ଫର୍ମ ପାଇଁ ଅର୍ଥ ଦାବି କରାଯାଉଥିଲେ, ସେଥି ନିମନ୍ତେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସୂଚନାଯୋଗ୍ୟ, ଆବେଦନ ଫର୍ମ ବଣ୍ଟନରେ ଅବହେଳା ଅଭିଯୋଗରେ ବାଲେଶ୍ଵର ଜିଲ୍ଲା ପ୍ରଶାସନ ଦ୍ୱାରା ଜଣେ ଅଙ୍ଗନବାଡି କର୍ମୀଙ୍କ ବିରୁଦ୍ଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଇ ଏକ ମାସର ଦରମା ବନ୍ଦ କରା ଯାଇଛି । ସେହିଭଳି ଫର୍ମ ପଞ୍ଜିକରଣ ପାଇଁ ଅର୍ଥ ଦାବି କରିବା ଅଭିଯୋଗରେ କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶସ୍ଥିତ ଜନସେବା କେନ୍ଦ୍ର ବିରୋଧରେ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଉକ୍ତ ଜନସେବା କେନ୍ଦ୍ରକୁ ସାମୟିକ ବନ୍ଦ କରି ଦିଆଯାଇଛି । ଏତଦଭିନ୍ନ ହେଲ୍ପଲାଇନ ନମ୍ବରକୁ ଆସିଥିବା ଏକ କଲ୍ କୁ ଆଧାର କରି କଟକ ଜିଲ୍ଲା ଆଠଗଡ଼ରେ ଏକ ମୋ ସେବା କେନ୍ଦ୍ରରେ ଫର୍ମ ବିକ୍ରି ଓ ପୂରଣ ବାବଦରେ ୧୦୦ ଟଙ୍କା ଅର୍ଥ ଦାବି ଅଭିଯୋଗ ବିରୋଧରେ କଟକ ମହାନଗର ନିଗମ ପକ୍ଷରୁ ଏତଲା ଦାଖଲ ସହିତ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

- Advertisement -

ଏଠାରେ ସୂଚନାଯୋଗ୍ୟ ସୁଭଦ୍ରା ଫର୍ମର ସମସ୍ତ ପ୍ରକ୍ରିୟା, ସ୍କାନିଂ ଓ ଅପଲୋଡ କରିବା ନିମନ୍ତେ ଜିଏସଟି ସହ ପ୍ରତି ଫର୍ମ ପାଇଁ ୧୫ ଟଙ୍କା ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ ଉଦ୍ଦିଷ୍ଟ କେନ୍ଦ୍ରକୁ ପ୍ରଦାନ କରାଯାଉଛି। ତେଣୁ ଜନସାଧାରଣଙ୍କ ଅବଗତି ନିମନ୍ତେ ବିଭାଗ ପକ୍ଷରୁ ଜଣାଇ ଦିଅଯାଉଛି କି ଯେକୌଣସି କେନ୍ଦ୍ରରେ କେହି କର୍ମଚାରୀ କୌଣସି କାରଣ ଦର୍ଶାଇ ଅର୍ଥ ଦାବି କରିବା ଦୃଷ୍ଟିକୁ ଆସିଲେ ତୁରନ୍ତ ନିକଟସ୍ଥ ଥାନାରେ ଅଭିଯୋଗ କରନ୍ତୁ। ଉକ୍ତ କର୍ମଚାରୀ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories