www.samajalive.in
Monday, December 8, 2025
13.1 C
Bhubaneswar

ଭାଲୁଡୁଙ୍ଗୁରୀରେ ନୂଆଁଖାଇ ଭେଟଘାଟ, ସମ୍ବର୍ଦ୍ଧିତ ହେଲେ ଉପଖଣ୍ଡର ମାଟ୍ରିକ ଟପ୍ପର

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଭାଲୁଡୁଙ୍ଗୁରୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଗଣେଶ ପୂଜା କମିଟୀର ସମ୍ପାଦକ ଭଗବାନ ଧଳଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତଥା ବାଗବର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଲକ୍ଷ୍ମୀନାରାୟଣ ସାହୁ ମୁଖ୍ୟ ଅତିଥି ଏବଂ ଶିକ୍ଷକ ସୁଶୀଲ ପ୍ରଧାନ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ମତବ୍ୟକ୍ତ କରିଥିଲେ ।
ଏହି ଅବସରରେ ଗତ ମାଟ୍ରିକ ପରୀକ୍ଷାରେ ବୀରମହାରାଜପୁର ଉପଖଣ୍ଡରେ ଟପ୍ପର ହୋଇଥିବା ଗ୍ରାମର କୁନ୍ତୀ ସାହୁ ଓ ସେବା ପାଇଁ ଗ୍ରାମର ଭଗବାନ ଧଳଙ୍କୁ ସ୍ବତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଅବସରରେ କନିଷ୍ଠ ଓ ବରିଷ୍ଠ ବର୍ଗରେ ସାଧାରଣ ଜ୍ଞାନ, ସଙ୍ଗୀତ ଓ ନୃତ୍ୟ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ କୃତି ପ୍ରତିଯୋଗୀଙ୍କୁ ମାନପତ୍ର ଓ ଟ୍ରଫି ଦେଇ ପୁରସ୍କୃତ କରାଯାଇଥିଲା ।
ଗୋପୀନାଥ ସାହୁ ଅତିଥି ପରିଚୟ ଓ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ସୁବ୍ରତ ସାହୁ ସଭା ସଂଯୋଜନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ । ମହେନ୍ଦ୍ର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଭାଲୁଡୁଙ୍ଗୁରୀ ଗଣେଶ ପୂଜା କମିଟୀର ସଦସ୍ୟମାନେ ସହଯୋଗ କରିଥିଲେ ।

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories