www.samajalive.in
Saturday, December 6, 2025
23.1 C
Bhubaneswar

ସୁନା ବ୍ୟବସାୟୀଙ୍କ ଘରେ ପଶି ଛୁରାମାଡ କଲା ଦୁର୍ବୃତ୍ତ

ବ୍ରହ୍ମପୁର: ରାତିରେ ଘରେ ପଶି ଚୋରି କରୁଥିଲା ଦୁର୍ବୃତ୍ତ। ହେଲେ ଗୃହକର୍ତ୍ତାଙ୍କ ନିଦ ଭାଙ୍ଗି ଯିବାରୁ ତାଙ୍କୁ ଆକ୍ରମଣ କରି ଫେରାର ହୋଇଗଲା। ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗୌଡ଼ସାହିରେ ବୁଧବାର ପ୍ରାୟ ରାତି ୩ଟା ସମୟରେ କିଛି ଦୁର୍ବୁତ୍ତ ଜଣେ ବ୍ୟକ୍ତିଙ୍କ ଘରର ଛାତ ଉପରକୁ ଯାଇ ଘରର ଲୁହା ଗ୍ରିଲ୍‌୍ କାଟି ଭିତରକୁ ପ୍ରବେଶ କରିଥିଲେ। ଏହି ସମୟରେ ଗୃହକର୍ତ୍ତା ସତୀଶ କୁମାର ସୁବୁଦ୍ଧି ଓ ତାଙ୍କ ସ୍ତ୍ରୀଙ୍କ ନିଦ ଭାଙ୍ଗିଯାଇଥିଲା। ଘରେ କିଏ ବୋଲି ପାଟି କରିବାରୁ ଦୁର୍ବୁତ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ। ଏହା ଦେଖି ତାଙ୍କର ସ୍ତ୍ରୀ ପ୍ରତିବାଦ କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରି ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ ଦୁର୍ବୁତ୍ତ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଏମକେସିଜି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି। ଘଟଣାକୁ ନେଇ ସତୀଶ ସୁବୁଦ୍ଧି ବଡ଼ ବଜାର ଥାନାରେ ଅଭିଯୋଗ କରିବା ପରେ ପୁଲିସ ତଦନ୍ତ କରୁଥିବା ଜଣାପଡ଼ିଛି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories