www.samajalive.in
Saturday, December 6, 2025
15.1 C
Bhubaneswar

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ରାଜସ୍ୱ ଗାଁକୁ ବିଜୁଳି – କେଭି ସିଂଦେଓ

ଭୁବନେଶ୍ୱର: ୨୦୨୫ ମାର୍ଚ୍ଚ ସୁଦ୍ଧା ରାଜ୍ୟର ସବୁ ରାଜସ୍ୱ ଗାଁକୁ ବିଜୁଳି ସଂଯୋଗ କରାଯିବ। ଆଜି ବିଧାନସଭା ପ୍ରଶ୍ନକାଳରେ ବିଜୁଳି ସଂଯୋଗ ସମ୍ପର୍କରେ ଆଲୋଚନା ହେବା ବେଳେ ଏହି ସୂଚନା ଦେଇଛନ୍ତି ଶକ୍ତିମନ୍ତ୍ରୀ କେ.ଭି ସିଂଦେଓ। ସମସ୍ତ ଗାଁକୁ କେବେ ବିଜୁଳି ସଂଯୋଗ ହେବ ତେଲକୋଇ ବିଧାୟକ ଫକୀର ମୋହନ ନାୟକ ଏବଂ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ। ଅପହଞ୍ଚ ଅଞ୍ଚଳରେ ବିଦ୍ୟୁତ ସଂଯୋଗ ଲାଗି ଓରେଡା ଦାୟିତ୍ୱରେ ଥିବା ଜିଲ୍ଲାସ୍ତରୀୟ କମିଟି କାହିଁକି ନିୟମିତ ବସୁନି ବୋଲି ପ୍ରଶ୍ନ କରିଥିଲେ ବଦ୍ରି ପାତ୍ର। ଏହାର ଉତ୍ତର ଦେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ୨୪ବର୍ଷ ହେବ ଆପଣଙ୍କ ସରକାର ଥିଲା। କାହିଁକି କମିଟି ନିୟମିତ ବସିନଥିଲା ଆପଣ ସେତେବେଳେ କହିବା କଥା। ଆମେ ୩ମାସ ହେବ ଆସିଛୁ, ନିୟମିତ କମିଟି ବସିବ ବୋଲି ଆଶ୍ୱାସନା ଦେଇଛନ୍ତି କେଭି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories