www.samajalive.in
Sunday, December 7, 2025
14.1 C
Bhubaneswar

ବାଲିଯାତ୍ରାରେ ଦୋକାନ ନିଲାମ ପ୍ରକ୍ରିୟାକୁ ବନ୍ଦ କରାଯାଉ- ସୋଫିଆ

ସମାଜ ଡିଜିଟାଲ ଡେସ୍କ: ବିଧାନସଭା ଶୂନ୍ୟକାଳରେ ବାଲିଯାତ୍ରା ପ୍ରସଙ୍ଗ ଉଠାଇଛନ୍ତି କଟକ-ବାରବାଟି ବିଧାୟିକା ସୋଫିଆ ଫିର୍ଦ୍ଦୋସ। ବାଲିଯାତ୍ରାରେ ଦୋକାନ ନିଲାମ ପ୍ରସଙ୍ଗ ଉଠାଇ ସୋଫିଆ କହିଛନ୍ତି ନିଲାମୀ ପ୍ରକ୍ରିୟାକୁ ତୁରନ୍ତ ବନ୍ଦ କରାଯାଉ। ପୁରୁଣା ପ୍ରକ୍ରିୟାରେ ଦୋକାନ କରିବା ପାଇଁ ସୁଲଭ ମୂଲ୍ୟରେ ଦୋକାନ ଯୋଗାଇ ଦିଆଯାଉ ବୋଲି ଦାବି କରିଛନ୍ତି। ପୂର୍ବରୁ ବର୍ଗ ଫୁଟ୍‌‌ ପିଛା ୨୦ରୁ ୨୫ଟଙ୍କା ଦିଆଯାଉଥିବା ବେଳେ ଏବେ ବର୍ଗ ଫୁଟ୍‌‌ ପିଛା ୮୦୦ଟଙ୍କା ନିଆଯାଉଛି। ଫଳରେ ଗରିବ ବ୍ୟବସାୟୀ ଓ ଏସଏଚଜି ମହିଳାମାନେ ଷ୍ଟଲ ଖୋଲିବାରୁ ବଞ୍ଚିତ ହେଉଛନ୍ତି। ଏହାସହିତ ବାଲିଯାତ୍ରା ପଡ଼ିଆକୁ ବୃଦ୍ଧି କରିବାକୁ ଦାବି କରିଛନ୍ତି ସୋଫିଆ। କର୍ପୋରେଟ ସଂସ୍ଥା ଓ ଦେଶ ବିଦେଶର ବଡ ବଡ କମ୍ପାନୀ କିଭଳି ସେଠାରେ ଦୋକାନ ଖୋଲିବେ ସେନେଇ ବ୍ୟବସ୍ଥା କରିବାକୁ କହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories