www.samajalive.in
Tuesday, December 9, 2025
16.1 C
Bhubaneswar

ଦକ୍ଷିଣାଞ୍ଚଳ ରାଜସ୍ଵ ଆୟୁକ୍ତଙ୍କ ମାଲକାନଗିରି ଗସ୍ତ, ବର୍ଷା ପରବର୍ତ୍ତୀ ସ୍ଥିତି ଅନୁଧ୍ୟାନ କଲେ

ମାଲକାନଗିରି: ଦକ୍ଷିଣାଞ୍ଚଳ ରାଜସ୍ଵ ଆୟୁକ୍ତ ରୂପା ରୋଶନ ସାହୁ ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷା ପରବର୍ତ୍ତୀ ସ୍ଥିତି ସମୀକ୍ଷା କରିଛନ୍ତି। ବୁଧବାର ପୂର୍ବାହ୍ନରେ ସାହୁ ଏମଭି-୭ ଓ  ଏମଭି-୧୯ସ୍ଥିତ  ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କରି ଅଙ୍ଗନୱାଡ଼ି କର୍ମୀଙ୍କ ସହ ଆଲୋଚନା କରିଛନ୍ତି। ଶିଶୁଙ୍କ ଉତ୍ତମ ସ୍ଵାସ୍ଥ୍ୟ ନିମନ୍ତେ ବିଭିନ୍ନ ପନିପରିବା ଚାରା ରୋପଣ କରି ପୋଷଣ ବାଟିକା ତିଆରି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଶିଶୁଙ୍କ ମଧ୍ୟରେ କିଛି ବ୍ୟାବହାରିକ ପରିବର୍ତ୍ତନ ଘଟୁଛି ନା ନାହିଁ ସେହି ବିଷୟରେ ମଧ୍ୟ ପଚାରି ବୁଝିଥିଲେ। ଏମଭି -୧୯ ଅଙ୍ଗନୱାଡ଼ି କେନ୍ଦ୍ର ପରିଦର୍ଶନ କରି ସେଠାରେ ଆଲୋଚନା କରିଛନ୍ତି। ଏମଭି-୭ ପ୍ରାଥମିକ ବିଦ୍ୟାଳୟ ପରିଦର୍ଶନ କରି ଶ୍ରେଣୀଗୃହ ବୁଲିଥିଲେ ଓ ଶିକ୍ଷକ ଏବଂ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି କିଭଳି ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯାଇ ପାରିବ ସେଥିପ୍ରତି ଗୁରୁତ୍ୱାରୋପ କରିଛନ୍ତି। ଏମଭି-୧୯ରେ ଏକ ଜନସେବା କେନ୍ଦ୍ର ପରିଦର୍ଶନ କରି ସୁଭଦ୍ରା ଫର୍ମ ପୂରଣ ଠିକ୍ ଭାବରେ ଚାଲିଛି ନା ନାହିଁ ଅବଗତ ହୋଇଥିଲେ ଓ ସେଠାରେ ମହିଳାମାନଙ୍କ ସହ ଆଲୋଚନା କରିଥିଲେ।

- Advertisement -

ସେଠାରୁ ସାହୁ ପୋଟେରୁ ଅଞ୍ଚଳ ଗସ୍ତ କରି ଲଗାଣ ବର୍ଷା ପରବର୍ତ୍ତୀ ସ୍ଥିତି ସମ୍ପର୍କରେ ଅବଗତ ହୋଇଥିଲେ। ଲଗାଣ ବର୍ଷା ପରବର୍ତ୍ତୀ ସ୍ଥିତିରେ ଜନଜୀବନ କିଭଳି ସ୍ଵାଭାବିକ ହୋଇପାରିବ ସେଥିନିମନ୍ତେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଶେଷରେ ଗୋରାଖୁଣ୍ଟା ପଞ୍ଚାୟତ ଅନ୍ତର୍ଗତ କୃଷୁୱାଡା ଆଦିବାସୀ ଗ୍ରାମ ଗସ୍ତ କରି ମା’ମାନଙ୍କ ସହ ମମତା ଓ ସୁଭଦ୍ରା ଯୋଜନା ଭଳି ସରକାରଙ୍କ ବିଭିନ୍ନ ଜନ ହିତାଧିକାରୀ ଯୋଜନା ବିଷୟରେ ଆଲୋଚନା କରିଥିଲେ। ଏହି ଗସ୍ତରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ୟୋଧନ ଭୋଇ, ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ତେରେସ୍କଭା ମଲ୍ଲିକ, ସଦର ବିଡିଓ ପ୍ରଭାତୀ ଝୋଡ଼ିଆ, ତହସିଲଦାର ଲଳିତ ବାଘ ଓ ଏବିଇଓ ଉପସ୍ଥିତ ଥିଲେ। କ୍ଷେତ୍ର ପରିଦର୍ଶନ ପରେ ଶ୍ରୀମତୀ ସାହୁ ସ୍ଥାନୀୟ ସର୍କିଟ ହାଉସଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଲଗାଣ ବର୍ଷା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ରିଲିଫ୍ କୋଡ୍ ଅନୁଯାୟୀ କିଭଳି ସହାୟତା ମିଳିବ ସେଥି ନିମନ୍ତେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗୁରୁତ୍ଵାରୋପ କରିଛନ୍ତି। ସମୀକ୍ଷା ବୈଠକରେ ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ଓ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ ମାଲକାନଗିରି ବିଡିଓ ପ୍ରଭାତି ଝଡିଆ ଓ ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories