www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟର କୋଣ ଅନୁକୋଣରେ ‘ସୁଭଦ୍ରା’ ପାଇଁ ଉତ୍ସାହ ବଢିଚାଲିଛି, ମଗ୍ର ରାଜ୍ୟରେ ଆଜି ସୁଦ୍ଧା ୪୫ ଲକ୍ଷ ଫର୍ମ ହେଲାଣି ପଞ୍ଜୀକରଣ

ଭୁବନେଶ୍ୱର: ମାର୍ଗଦର୍ଶିକା ଜାରି ହେଲା ଦିନରୁ ସାରା ଓଡ଼ିଶାରେ ସୁଭଦ୍ରା ଫର୍ମ ବିତରଣ ଓ ପଞ୍ଜିକରଣ ଜୋରସୋର ଆଗେଇ ଚାଲିଛି । ଲୋକମାନଙ୍କ ଉତ୍ସାହକୁ ଲକ୍ଷ୍ୟ କରି ରାଜ୍ୟସ୍ତରୀୟ ଓ ଜିଲ୍ଲାସ୍ତରୀୟ ବୈଠକ କରାଯାଇ ‘ସୁଭଦ୍ରା’ ଯୋଜନାର କାର୍ଯ୍ୟାନ୍ୱୟନକୁ ବିଭିନ୍ନ ସ୍ତରରେ ତଦାରଖ କରାଯାଉଛି। ଆଜି(୧୧/୦୯/୨୦୨୪)ସନ୍ଧ୍ୟା ସୁଦ୍ଧା ‘ସୁଭଦ୍ରା’ ନିମନ୍ତେ ପଞ୍ଜିକରଣ ୪୫ ଲକ୍ଷରେ ପହଞ୍ଚି ସାରିଲାଣି ।

ଏହି ଯୋଜନା ସମ୍ବନ୍ଧୀୟ ଜନସଚେତନତା ସୃଷ୍ଟି କରିବା ପାଇଁ ଆଜିଠୁ ଏକ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ପ୍ରତି ବ୍ଲକ ଓ ଗ୍ରାମ ପଞ୍ଚାୟତରେ ‘ସୁଭଦ୍ରା ସ୍ୱାଗତ ସପ୍ତାହ’ ଅନୁଷ୍ଠିତ କରାଯିବ । ଏହି କାର୍ଯ୍ୟକ୍ରମରେ ବ୍ଲକସ୍ତରର ସମସ୍ତ ଅଧିକାରୀ ସମେତ ଅଙ୍ଗନବାଡି କର୍ମୀ, ସୁପରଭାଇଜର, ଏସ୍‌ଏଚ୍‌ଜି ସଦସ୍ୟା, ଆଶାକର୍ମୀମାନେ ଗାଁ ଗାଁରେ ସଭା ଅନୁଷ୍ଠିତ କରାଇ ଲୋକମାନଙ୍କୁ ‘ସୁଭଦ୍ରା’ ଯୋଜନା ସମ୍ବନ୍ଧରେ ସଚେତନ କରିବେ । ପ୍ରତି ଗ୍ରାମ ପଞ୍ଚାୟତରେ ‘ପଥପ୍ରାନ୍ତ ନାଟକ’ ସମେତ ଚିତ୍ରାଙ୍କନ, କୁଇଜ ପ୍ରତିଯୋଗିତା ମାଧ୍ୟମରେ ସଚେତନ କରାଯିବ । ପ୍ରତି ଅଞ୍ଚଳର ସଫଳ ମହିଳାଙ୍କୁ ‘ସୁଭଦ୍ରା ଅପା’ର ଆଖ୍ୟା ଦିଆଯିବା ସହ ସଫଳ ମହିଳାଙ୍କ କାହାଣୀକୁ ‘ମୋ ସୁଭଦ୍ରା ଷ୍ଟୋରି’ ଭାବେ ପ୍ରତିଷ୍ଠିତ କରାଯିବ ।

- Advertisement -

ଏହି ଯୋଜନାର ଉଦ୍ଦେଶ୍ୟକୁ ସୁଦୂରପ୍ରସାରୀ କରିବା ନିମନ୍ତେ ଆସନ୍ତାକାଲି ଠାରୁ ‘ଘରେ ଘରେ ସୁଭଦ୍ରା’ ବିଷୟବସ୍ତୁ ଉପରେ ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଚିତ୍ରାଙ୍କନ, ପ୍ରବନ୍ଧ, ତର୍କ, ରଙ୍ଗୋଲୀ ଓ ଫଟୋଗ୍ରାଫି ଆଦିର ପ୍ରତିଯୋଗିତା ଅନୁଷ୍ଠିତ କରାଯିବ ।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories