www.samajalive.in
Monday, December 8, 2025
27.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ, ୧୪ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ବର୍ଷା ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଜଗତସିଂହପୁର, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାମାନଙ୍କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତି ଆକଳନ ରିପୋର୍ଟ ପ୍ରେରଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ 

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories