www.samajalive.in
Tuesday, December 9, 2025
16.1 C
Bhubaneswar

ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ ମାସ କୁକୁଡା ଚାଷ ବନ୍ଦ

ସମାଜ ଡିଜିଟାଲ ଡେସ୍କ: ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳରେ ୩ମାସ ବନ୍ଦ ରହିବ କୁକୁଡା ଚାଷ। ବାର୍ଡ ଫ୍ଲୁ ବ୍ୟାପୁଥିବାରୁ କୁକୁଡା ଚାଷ ଉପରେ କଟକଣା ଲଗାଇଛି ପୁରୀ ପ୍ରଶାସନ। ପିପିଲି, ଡେଲାଙ୍ଗ, ନିମାପଡା, ସତ୍ୟବାଦୀରେ କୁକୁଡା ଚାଷ ବନ୍ଦ ରହିବ। ସଂକ୍ରମିତ ଅଞ୍ଚଳର ୧କି.ମି ପରିସର ଭିତରେ କୁକୁଡା ଚାଷ ହୋଇପାରିବ ନାହିଁ। ୧ରୁ ୧୦ କି.ମି ପରିସରରେ କୁକୁଡା ବାହାରକୁ ପଠାଯାଇପାରିବ ନାହିଁ। ଏହାସହିତ ୧୫ଦିନରେ ଥରେ କୁକୁଡାମାନଙ୍କର ନମୁନା ପରୀକ୍ଷା କରାଯିବ। ୪ଥର ନମୁନା ପରୀକ୍ଷା ପରେ ଯଦି ରିପୋର୍ଟ ନେଗେଟିଭ ଆସିବ ତେବେ ଏହାକୁ ଦୃଷ୍ଟିରେ ରଖି ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories