www.samajalive.in
Sunday, December 14, 2025
26.1 C
Bhubaneswar

ଜମିରେ ସାର ପକାଇବାକୁ ଯାଇଥିଲେ, ସାପ କାମୁଡ଼ାରେ ପ୍ରାଣ ହରାଇଲେ ଯୁବକ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଚିତାପାରି-୩ ସଦର ପଞ୍ଚାୟତର ହରିଶ୍ଚନ୍ଦ୍ର ମୁଦୁଲିଙ୍କ ପୁଅ ରଘୁନାଥ ମୁଦୁଲି ସାପ କାମୁଡ଼ାରେ ପ୍ରାଣ ହରାଇଛନ୍ତି। ଗୁରୁବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ରଘୁନାଥ ନିଜ ଚାଷ ଜମିରେ ସାର ପକାଇବାକୁ ଯାଇଥିବା ବେଳେ ଅଚାନକ ତାଙ୍କ ଗୋଡକୁ କିଛି କାମୁଡ଼ିଥିବା ସେ ଅନୁଭବ କରିଥିଲେ। ପରେ ଦେଖିଲା ବେଳକୁ ସେ ସାପ କାମୁଡ଼ାର ଶିକାର ହୋଇଥିବା ଜାଣିପାରିଥିଲେ। ସଙ୍ଗେ ସଙ୍ଗେ ପରିବାର ଲୋକେ ତାଙ୍କୁ ବାଲିମେଳା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଯୁବକଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories