www.samajalive.in
Saturday, December 6, 2025
14.1 C
Bhubaneswar

ମୌସୁମୀ ବୈଠକ: ୧୪୨୩. ୪୭ କୋଟି ଖର୍ଚ୍ଚରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା

ଭୁବନେଶ୍ବର: ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ କ୍ଷେତ୍ରର ବିକାଶ ପାଇଁ ଭୁବନେଶ୍ବରରେ ଅନୁଷ୍ଠିତ ହୋଇଛି ମୌସୁମୀ ବୈଠକ ୨୦୨୪। କେନ୍ଦ୍ର ସତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶାରେ ପ୍ରଥମ ଥର ପାଇଁ ଆୟୋଜିତ ଏହି ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶୁକ୍ରବାର ଲୋକସେବା ଭବନରେ କେନ୍ଦ୍ର ପ୍ରାଣୀସମ୍ପଦ ମନ୍ତ୍ରୀ ରାଜୀବ ରଞ୍ଜନ ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟରେ ପଶୁ ସମ୍ପଦ ବିକାଶ, ଦୁଗ୍ଧ ଉତ୍ପାଦନ ବୃଦ୍ଧି ଏବଂ ମତ୍ସ୍ୟ ଚାଷକୁ ବ୍ୟାପକ କରିବା ପାଇଁ ଆଲୋଚନା ହୋଇଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ପ୍ରତ୍ୟେକ କ୍ଷେତ୍ରରେ ସୁଦୂରପ୍ରସାରୀ ବିକାଶ ଏବଂ ଏହାର ନିରନ୍ତରତା ବଜାୟ ରଖିବା ସମ୍ପର୍କରେ ବ୍ୟାପକ ରୋଡ୍ ମ୍ୟାପ୍ ପ୍ରସ୍ତୁତ କରାଯାଇଛି। ଦୁଗ୍ଧ ଉତ୍ପାଦନ ବୃଦ୍ଧି ଲାଗି ଆଗାମୀ ୫ ବର୍ଷରେ ୧୪୨୩. ୪୭ କୋଟି ଟଙ୍କା ବ୍ୟୟବରାଦରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ପ୍ରଣୟନ କରାଯିବ। କ୍ଷୁଦ୍ର ଦୁଗ୍ଧ ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠା, ଗୋଶାଳା ପ୍ରତିଷ୍ଠା, ସବସିଡିଯୁକ୍ତ ଗୋଖାଦ୍ୟ ଯୋଗାଇବା, ପଶୁପାଳନ ବୀମା ଅଧୀନରେ କଭରେଜ୍ ବୃଦ୍ଧି ଏବଂ ଦୁଗ୍ଧ ସମବାୟ ସମିତିକୁ ମଜବୁତ କରିବାରେ ସହାୟକ ହେବ ଏହି ଯୋଜନା।

ଏହା ବ୍ୟତୀତ ଗାଈଗୋରୁଙ୍କ ସ୍ଵାସ୍ଥ୍ୟ ଓ ଚିକିତ୍ସା ପାଇଁ ଗୋ ମାତା ଯୋଜନା ଲାଗୁ ହେବା ସହ ବୁଲା ଗାଈଗୋରୁଙ୍କ ପାଇଁ ମୁଖ୍ୟମନ୍ତ୍ରୀ ପ୍ରାଣୀ କଲ୍ୟାଣ ଯୋଜନା ପ୍ରଣୟନ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିସହ ୧୯୬୦ ମସିହାରେ ପ୍ରଣୟନ ହୋଇଥିବା ଓଡ଼ିଶା ଗୋହତ୍ୟା ନିରାକରଣ ଆଇନକୁ ସଂଶୋଧନ କରାଯିବା ପାଇଁ ବ୍ୟବସ୍ଥା କରାଯାଉଛି। ଓଡ଼ିଶାରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଜାତୀୟ ଦୁଗ୍ଧ ଉତ୍ପାଦନ ଉନ୍ନୟନ ବୋର୍ଡ଼(ଏନଡିଡିବି) ସହ ରାଜ୍ୟ ସରକାର ବୁଜାମଣା ପତ୍ର ସ୍ଵାକ୍ଷର କରିଛନ୍ତି। ଏନଡିଡିବି ବ୍ରହ୍ମପୁରଠାରେ ପଶୁ ଟିକା ଉତ୍ପାଦନ କେନ୍ଦ୍ର ଏବଂ ଭୁବନେଶ୍ଵରରେ ପଶୁ ଖାଦ୍ୟ ମାନ ନିର୍ଦ୍ଧାରଣ ପରୀକ୍ଷାଗାର ପ୍ରତିଷ୍ଠା କରାଯିବ। ଏହା ସହିତ କୁକୁଡ଼ା ଏବଂ କ୍ଷୁଦ୍ର ପ୍ରାଣୀ ଉତ୍ପାଦନ ବୃଦ୍ଧି ପାଇଁ ପ୍ରାଣୀ ସମ୍ପଦ ସମୃଦ୍ଧି ଯୋଜନା କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories