www.samajalive.in
Monday, December 8, 2025
27.1 C
Bhubaneswar

ପୁବାଶାସନ ସ୍ଥିତ ମହାତ୍ମାଗାନ୍ଧୀ ସ୍ମୃତି ଶିକ୍ଷା ବୈଷୟିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ

ପିପିଲି:ପିପିଲି ନିକଟବର୍ତ୍ତି ପୁବାଶାସନ ସ୍ଥିତ ମହାତ୍ମାଗାନ୍ଧୀ ସ୍ମୃତି ଶିକ୍ଷା ବୈଷୟିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ କାୟାକଳ୍ପ ସାହିତ୍ୟ ପତ୍ରିକା ପକ୍ଷରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପୁଲିସ ଡିଏସ୍‌‌ପି ରାଜକିଶୋର ସ୍ୱାଇଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଶଙ୍କର ପ୍ରସାଦ ତ୍ରିପାଠୀ, ଆକାଶବାଣୀ କଟକର ସହକାରୀ କେନ୍ଦ୍ର ନିର୍ଦ୍ଦେଶକ ଡ଼ ତପନ ଦତ୍ତ, ଅଧ୍ୟାପିକା ମଧୁସ୍ମିତା ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ।

ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ବିଜ୍ଞାନ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମରେ ବିଜୟିନୀ ପ୍ରଧାନ, ରାକେଶ ସ୍ୱାଇଁ, ଗୌରୀ ଶତପଥୀ, ଲକ୍ଷ୍ମୀପ୍ରିୟା ଜେନାଙ୍କୁ ଶ୍ରେଷ୍ଠ ପ୍ରତିଯୋଗୀ ଭାବେ ପୁରସ୍କୃତ କରାଯାଇଥିଲା। ଏଥିସହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷଙ୍କୁ ମଧ୍ୟ ସଂବର୍ଦ୍ଧିତ କରାଯାଇଥିଲା। ଅଧ୍ୟାପିକା ମଧୁସ୍ମିତା ଜେନା ବିଚାରକ ଭାବେ ଦାୟିତ୍ୱ ତୁଳାଇଥିବା ବେଳେ କାୟାକଳ୍ପର ପରିଚାଳନା ସଂପାଦକ ତ୍ରିଲୋଚନ ଦାଶ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଶେଷରେ ଅଧ୍ୟାପକ ଭାଗିରଥି ସାହୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଅଧ୍ୟାପକ ସୋମନାଥ ମିଶ୍ର ଓ ଅଧ୍ୟାପକ ପ୍ରଦୀପ୍ତ ମଲ୍ଲିକ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories