www.samajalive.in
Monday, December 8, 2025
27.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ଦୁଇ ଆହତ, ଜଣେ ଗୁରୁତର

ଆଠଗଡ଼: ଖୁଣ୍ଟୁଣୀ-ନରସିଂହପୁର ୬୫ ନଂ ରାଜ୍ୟପଥର ଗୋପୀନାଥପୁର ଛକ ନିକଟରେ ଶୁକ୍ରବାର ଅଜଣା ଗାଡ଼ି ଧକ୍କାରେ ଦୁଇଜଣ ଗୁରୁତର ଆହତ ହୋଇଥିବା ଜଣାପଡିଛି । କୁଲାଇଲୋ ପଞ୍ଚାୟତ ଅନ୍ତର୍ଗତ ପାଟଲିଙ୍ଗା ଗ୍ରାମର ବଚିଆ ଓରଫ୍ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ (୫୫) ଏବଂ ଦୋରଡ ପଞ୍ଚାୟତ ଗୋପିନାଥପୁର ଗ୍ରାମର ମାନସ ରଞ୍ଜନ ପ୍ରଧାନ ଏଇ ବାଇକରେ ଆଠଗଡ଼ରୁ କାର୍ଯ୍ୟ ସାରି ନିଜ ଗ୍ରାମକୁ ଫେରୁଥିବା ସମୟରେ ଗୋପିନାଥପୁର ଛକ ନିକଟରେ ପଛପଟୁ ଏକ ଅଜଣା ଗାଡ଼ି ଧକ୍କା ଦେଇ ଫେରାର ହୋଇଯାଇଥିଲା। ଗୁରୁତର ଆହତ ଅବସ୍ଥାରେ ଦୁଇଜଣଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଥିଲା।
ପୂର୍ଣ୍ଣଚନ୍ଦ୍ରଙ୍କ ମୁଣ୍ଡ ପଛପଟେ ଗଭୀର ଆଘାତ ଲାଗିଥିବାରୁ ଆଠଗଡରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଂକଟାପନ୍ନ ଥିବାରୁ ଡାକ୍ତର ତାଙ୍କୁ କଟକ ନେବା ପାଇଁ ପରାମର୍ଶ ଦେଇଥିଲେ। ପରିବାର ଲୋକ ତାଙ୍କୁ ତୁରନ୍ତ ଏଠାରୁ ନେଇ କଟକସ୍ଥିତ ଘରୋଇ ଅଶ୍ଵିନୀ ହସ୍ପିଟାଲରେ ଭର୍ତ୍ତି କରାଇଛନ୍ତି। ଅନ୍ୟତମ ଗୁରୁତର ଆହତ ମାନସଙ୍କର ଆଠଗଡ଼ ଡ଼ାକ୍ତରଖାନାରେ ଚିକିତ୍ସା ହେଉଥିବା ବେଳେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡିଛି। ତେବେ ଏ ସଂକ୍ରାନ୍ତରେ ଆଠଗଡ଼ ଥାନା ରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ ପକ୍ଷରୁ କୁହାଯାଇଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories