www.samajalive.in
Saturday, December 13, 2025
26.1 C
Bhubaneswar

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ସୁଭଦ୍ରା ସଚେତନତା କାର୍ଯ୍ୟକ୍ରମ

ନାକଟିଦେଉଳ: ସମ୍ବଲପୁର ଜିଲା ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ପରିସରରେ ଶନିବାର ଦିନ ରାଜ୍ୟ ସରକାରଙ୍କ ମହିଳା ମାନଙ୍କ ବିକାଶ ପାଇଁ କାର୍ଯ୍ୟକାରୀ କରିଥିବା ସୁଭଦ୍ରା ଯୋଜନା ସମ୍ପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଅନୁଷ୍ଠିତ ଏହି ସଚେତନତା କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଧ୍ୟକ୍ଷ ସୁଧୀର କୁମାର ସାହୁ ସଭାପତିତ୍ୱ କରିଥିଲେ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ନାକଟିଦେଉଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଧନେଇ ଚରଣ ଟୁଡୁ, ସମ୍ମାନିତ ଅତିଥି ଭାବେ ନାକଟିଦେଉଳ ଆଇସିଡ଼ିଏସ ର ସୁପର ଭାଇଜର ମଞ୍ଜୁବାଳା ପାଣିଗ୍ରାହୀ ଏବଂ ବିଜାଗଡ଼ ଅଙ୍ଗନୱାଡି କେନ୍ଦ୍ରର ଅଙ୍ଗନୱାଡି କର୍ମୀ ପ୍ରୀତିରାଣୀ ଦାସ ପ୍ରମୁଖ ଯୋଗଦେଇ ସୁଭଦ୍ରା ଯୋଜନାରେ ରହିଥିବା ନୀତି ନିୟମ, ଆବେଦନ ପ୍ରକ୍ରିୟା ସହ ସୁଭଦ୍ରା ଯୋଜନା ଅର୍ଥ ରେ ମହିଳା ମାନେ କିପରି ସ୍ୱାବଲମ୍ବୀ ହୋଇ ପାରିବେ ସେ ସମ୍ପର୍କରେ ଆଲୋଚନା କରିଥିଲେ।
ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପକ ଦେବେଶ ବିଶ୍ୱାଳ, ବିନୋଦ ବିହାରୀ ପ୍ରଧାନ, ଭଜମୋହନ ସାହୁ ଏବଂ ହିମାଂଶୁ ବାରିକ ପ୍ରମୁଖ ଅନ୍ୟତମ ଅତିଥି ଭାବେ ଯୋଗଦେଇ ସୁଭଦ୍ରା ଯୋଜନାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ସୁଭଦ୍ରା ଯୋଜନା ସମ୍ପର୍କିତ ତର୍କ, ପ୍ରବନ୍ଧ, ରଙ୍ଗୋଲି ଏବଂ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଥିବା ବେଳେ ଏଥିରେ 250 ଜଣ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରିଥିଲେ।
ପ୍ରତିଯୋଗିତାର ତର୍କ ରେ ସ୍ନାତକ ଦ୍ୱିତୀୟ ବର୍ଷ ଛାତ୍ରୀ ରଚନା ମାଝୀ , ଚିତ୍ରାଙ୍କନ ରେ ଦ୍ୱିତୀୟ ବର୍ଷ ଛାତ୍ରୀ ଚିନ୍ମୟୀ ଶବର, ରଙ୍ଗୋଲିରେ ଶେଷ ବର୍ଷ ବିଜ୍ଞାନ ଛାତ୍ରୀ ରେଶମା କିଣ୍ଡୋ ଏବଂ ପ୍ରବନ୍ଧ ରେ ଦ୍ୱିତୀୟ ବର୍ଷ କଳା ଛାତ୍ରୀ ରଚନା ମାଝୀ ପ୍ରଥମ ସ୍ଥାନ ଅଧିକାର କରିଥିଲେ।ସମସ୍ତ କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶେଷରେ ଅଧ୍ୟାପକ ଶେଷଦେବ ବିଶ୍ୱାଳ ଧନ୍ୟବାଦ ଦେଇଥିବା ବେଳେ କାର୍ଯ୍ୟକ୍ରମରେ ସମସ୍ତ ଛାତ୍ର ଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ମାନେ ଉପସ୍ଥିତ ଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories