www.samajalive.in
Friday, December 5, 2025
26.1 C
Bhubaneswar

ସୁଭଦ୍ରା ଆକାଉଣ୍ଟକୁ ଗଲା ୧ ଟଙ୍କା, ୧୭ ତାରିଖକୁ ନେଇ ଭୟଭୀତ ନ ହେବାକୁ ପରାମର୍ଶ

ସମାଜ ଡିଜିଟାଲ ଡେସ୍କ: ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ଆକାଉଣ୍ଟକୁ ୧ ଟଙ୍କା ପଠାଯାଇଛି। ପରୀକ୍ଷାମୂଳକ ଭାବେ ଏହି ଟଙ୍କା ପଠାଯାଇଥିବା ‘ସୁଭଦ୍ରା’ ସଚେତନତା ଶୋଭାଯାତ୍ରାରେ ଯୋଗଦେବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ‘ସୁଭଦ୍ରା’ ଯୋଜନା ସମ୍ବନ୍ଧରେ  ଜନସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଗିରିଦୁର୍ଗା ମନ୍ଦିରରୁ ରମାଦେବୀ ବିଶ୍ୱବିଦ୍ୟାଳୟ ପର୍ଯ୍ୟନ୍ତ ଆୟୋଜିତ ସଚେତନତା ଶୋଭାଯାତ୍ରାରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କନକବର୍ଦ୍ଧନ ସିଂହଦେଓ, ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସମେତ ବହୁ ନେତା, କର୍ମୀ ଏବଂ ଜନସାଧାରଣ ସାମିଲ ହୋଇଥିଲେ।

ଏହି ଅବସରରେ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ଶେଷ ହିତାଧିକାରୀଙ୍କ ପର୍ଯ୍ୟନ୍ତ ନ ପହଞ୍ଚିବା ଯାଏ ଯୋଜନା ଚାଲୁ ରହିବ। ୧୭ ତାରିଖରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଯିବାକୁ ନିଷ୍ପତ୍ତି ହୋଇଛି। ତେବେ ଯେଉଁମାନେ ବର୍ତ୍ତମାନ ସୁଦ୍ଧା ପଞ୍ଜୀକରଣ କରିନାହାନ୍ତି ସେମାନେ ଭୟଭୀତ ନ ହେବାକୁ ପରିଡ଼ା ପରାମର୍ଶ ଦେଇଛନ୍ତି। ସବୁ ଆକାଉଣ୍ଟକୁ ଟଙ୍କା ଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏପର୍ଯ୍ୟନ୍ତ ୬୦ ଲକ୍ଷ ମହିଳା ପଞ୍ଜୀକରଣ କରିସାରିଛନ୍ତି।

Hot this week

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

Related Articles

Popular Categories