www.samajalive.in
Sunday, December 7, 2025
14.1 C
Bhubaneswar

ସୁଭଦ୍ରା ସ୍ବାଗତ ପଦଯାତ୍ରା

ମାଲକାନଗିରି: ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରୁ ରବିବାର ସୁଭଦ୍ରା ସ୍ବାଗତ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲାପାଳ(ରାଜସ୍ୱ) ବେଦବର ପ୍ରଧାନ ଓ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର ପତାକା ଦେଖାଇ ଏହି ପଦଯାତ୍ରାର ଶୁଭାରମ୍ଭ କରିଥିଲେ। ଜିଲା ସମାଜ ମଙ୍ଗଳ ଅଧିକାରୀ ତେରେସ୍କଭା ମଲ୍ଲିକ, ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ମିଶନ ଶକ୍ତି ଡିପିଏମ୍ ନିରଞ୍ଜନ ତାଙ୍ଗାରଙ୍ଗା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ପଦଯାତ୍ରା ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରୁ ବାହାରି ଜିଲା ପରିଷଦ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିଲା। ପ୍ରାୟ ୫୦୦ ଜଣ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା ଏହି ପଦଯାତ୍ରାରେ ସାମିଲ ହୋଇ ସୁଭଦ୍ରା ସଚେତନତା ସ୍ଲୋଗାନ ଦେଇଥିବାବେଳେ ସାଥିରେ ସୁଭଦ୍ରା ରଥ ମଧ୍ୟ ପରିକ୍ରମା କରିଥିଲା। ପଦଯାତ୍ରା ପରେ ଜିଲା ପରିଷଦ କାର୍ଯ୍ୟାଳୟଠାରେ ଏସଏଚଜି ମହିଳାଙ୍କୁ ନେଇ ଗ୍ରୁପ ଡିସକସନ୍ ଓ ଦସ୍ତଖତ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଅନୁରୂପ ଭାବେ ଜିଲାର ସାତଟି ବ୍ଲକରେ ବିଡିଓମାନଙ୍କ ଉପସ୍ଥିତିରେ ସୁଭଦ୍ରା ସ୍ବାଗତ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ସୂଚନା ଥାଉ କି, ମିଶନ ଶକ୍ତି ବିଭାଗ ଜିଲାର ସ୍ବୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କ ମାଧ୍ୟମରେ ସୁଭଦ୍ରା ଯୋଜନା ବିଷୟରେ ସଚେତନତା ସୃଷ୍ଟି କରୁଛି। ଅନ୍ୟମାନଙ୍କ ମଧ୍ୟରେ ସଞ୍ଜୀବ ସାହୁ, ସଦର ସିଡିପିଓ, ଜିଲା ସମାଜ ମଙ୍ଗଳ ଓ ସଦର ବ୍ଳକ କାର୍ଯ୍ୟାଳୟ କର୍ମଚାରୀ ଉପସ୍ଥିତ ଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories