www.samajalive.in
Sunday, December 7, 2025
14.1 C
Bhubaneswar

ଗଛରେ ପିଟି ହୋଇ ଓଲଟିଲା ଭ୍ୟାନ୍: ୯ ଶ୍ରମିକ ଆହତ

ବୌଦ୍ଧ: ବୌଦ୍ଧ ଥାନା ବୁରପଟା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ପିକଅପ୍ ଭ୍ୟାନ୍ ଗଛରେ ପିଟି ହୋଇ ଓଲଟି ପଡିଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ଆଜି ସକାଳୁ କିଛି ଶ୍ରମିକ  ଇଲେକ୍ଟ୍ରି କାମ ପାଇଁ ଦିଗପହଣ୍ଡିରୁ ସୁବର୍ଣ୍ଣପୁର ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ବୌଦ୍ଧ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories