www.samajalive.in
Sunday, December 7, 2025
15.1 C
Bhubaneswar

ଆଜି ବିଶ୍ଵବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା: ଉତ୍ସବମୁଖର ବନ୍ଦର ନଗରୀ

ପାରାଦୀପ: ଆଜି ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା। ସାରା ରାଜ୍ୟରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି।  ଚଳଚଞ୍ଚଳ ହୋଇପଡିଛି ବନ୍ଦର ନଗରୀ ପାରାଦୀପ। ପାରାଦୀପର ଛୋଟ ବଡ ପ୍ରାୟ ୩୦ଟି ମଣ୍ଡପରେ ପୂଜା ଆୟୋଜନ କରାଯାଇଛି। ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳା ଏପରିକି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଭରପୁର ମଜା ଉଠାଇବେ ଦର୍ଶକ। ସେହିଭଳି ଅନୁଗୁଳ, ନାଲକୋ ନଗରରେ ମଧ୍ୟ ବେଶ୍ ଧୂମଧାମ ସହକାରେ ପୂଜା ପାଳିତ ହେଉଛି। ଚଳିତବର୍ଷ ନାଲକୋ ନଗରରେ ୧୯ଟି ପୂଜା ମଣ୍ଡପରେ ବିଶ୍ଵକର୍ମାଙ୍କୁ ଆବାହନ କରାଯିବ। କେଉଁଠି ସାମ୍ପତିକ ଘଟଣାବଳୀକୁ ନେଇ ତ ଆଉ କେଉଁଠି ପୌରାଣିକ କଥାବସ୍ତୁକୁ ନେଇ ମୁର୍ତ୍ତି ନିର୍ମାଣ ହେଉଛି। ରାଜଧାନୀର ବିଭିନ୍ନ ସ୍ଥାନରେ ମଧ୍ୟ ପୂଜାର୍ଚ୍ଚନା କରାଯାଉଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories