www.samajalive.in
Saturday, December 6, 2025
26.1 C
Bhubaneswar

ଫୁଲୁଛି ନଦୀ ,ବଢୁଛି ଜଳସ୍ତର: ବିପଦ ସଙ୍କେତ ଉପରେ ଜଳକା, ବୈତରଣୀ

ବାଲେଶ୍ଵର: ଫୁଲୁଛି ନଦୀ , ବଢୁଛି ଜଳସ୍ତର । ଅବପାତ ପ୍ରଭାବରେ କିଛି ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ତେବେ ପ୍ରବଳ ବର୍ଷା ଯୋଗୁଁ ଜଳେଶ୍ଵରରେ ଜାମକୁଣ୍ଡା ସ୍ଲୁଇସ୍ ଗେଟ୍ ଭାଙ୍ଗିଯାଇଛି। ଫଳରେ ବାଲିଆପାଳ -ଜାମକୁଣ୍ଡାକୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।  ରାସ୍ତାରେ ଆଣ୍ଠୁଏ ଆଣ୍ଠୁଏ  ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି।  ଗାଡି ଚଳାଚଳ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି। ସେପଟେ  ସୁବର୍ଣ୍ଣରେଖା ନଦୀ ମଧ୍ୟ ସତର୍କ ସୂଚନା ଟପିଛି।  ରାଜଘାଟରେ ସତର୍କ ସୂଚନା ୯.୪୫ ମିଟର ଥିବାବେଳେ ବର୍ତ୍ତମାନ ଜଳସ୍ତର ୧୦.୨୦ ମିଟର ରହିଛି।  ବନ୍ୟା ଆଶଙ୍କା ଥିବାରୁ ଲୋକେ ଭୟଭୀତ ହୋଇପଡିଛନ୍ତି। ବସ୍ତା ମଥାନୀଠାରେ ବିପଦ ସଙ୍କେତ ଉପରେ ରହିଛି ଜଳକା। ବିପଦ ସଙ୍କେତ ୬.୫୦ ମିଟର ଥିବାବେଳେ ବର୍ତ୍ତମାନ ଜଳସ୍ତର ୬.୮୩ ମିଟର ରହିଛି। ଅନ୍ୟପଟେ ଭଦ୍ରକ ଆଖୁଆପଦାରେ ସତର୍କ ସୂଚନା ଟପିଲା ବୈତରଣୀ ନଦୀ।  ସତର୍କ ସୂଚନା ୧୭.୮୩ ମିଟର ଥିବାବେଳେ ବର୍ତ୍ତମାନ ଜଳସ୍ତର ୧୮.୧୨ ମିଟର ରହିଛି।  ବୈତରଣୀ ନଦୀର ବିପଦ ସଙ୍କେତ ୧୮.୩୩ ମିଟର ରହିଥିବା ସୂଚନା ମିଳିଛି।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories