www.samajalive.in
Saturday, December 6, 2025
14.1 C
Bhubaneswar

ବାଣ ଗୋଦାମରେ ବିସ୍ଫୋରଣ: ୪ ମୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ଫିରୋଜାବାଦରେ ଅଭାବନୀୟ ଘଟଣା ଘଟିଛି। ସୋମବାର ବିଳମ୍ବିତ ରାତିରେ ଏକ ବାଣ ଗୋଦାମରେ ନିଆଁ ଲାଗିବା ପରେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଘଟଣାଟି ଏତେ ଭୟଙ୍କର ଥିଲା ଯେ ଆଖପାଖରେ ଥିବା ୧୨ରୁ ଅଧିକ ଘର କ୍ଷତିଗ୍ରସ୍ଥ ହୋଇଥିଲା। ଘରର ଛାତ ଉଡିଯିବା ସହ କାନ୍ଥ ଗୁଡିକ ଭୁଶୁଡି ପଡିଥିଲା। ଏଥିରେ ପ୍ରାୟ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ୬ ଜଣ ଆହତଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଖବର ପାଇବା ପରେ ପୁଲିସ୍ ଏବଂ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ତେବେ କେଉଁ କାରଣରୁ ବିସ୍ଫୋରଣ ଘଟିଛି, ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ପୁଲିସ୍ ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories