www.samajalive.in
Monday, December 8, 2025
27.1 C
Bhubaneswar

ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ: ଘରୋଇ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ, ଆଶୁ ଆରୋଗ୍ୟ କାମନା କଲେ

ଭୁବନେଶ୍ବର:  ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ। ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।  ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣଙ୍କୁ ହସ୍ପିଟାଲରେ ଭେଟିଛନ୍ତି ଏବଂ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅସୁସ୍ଥତା ବଶତଃ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟିଛନ୍ତି। ଏହି ସାକ୍ଷାତ ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

- Advertisement -

ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ସାକ୍ଷାତ ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories