www.samajalive.in
Friday, December 12, 2025
27.1 C
Bhubaneswar

କନ୍ଦମୂଳ ଖାଇବାକୁ ଯାଇ ଦୁଇ ଛାତ୍ରଙ୍କ ମୃତ୍ୟୁ

ପଟାଙ୍ଗି: କୋରାପୁଟ ଜିଲା ପଟାଙ୍ଗି ବ୍ଲକ ଅନ୍ତର୍ଗତ କୁଟିଆ ପଞ୍ଚାୟତର ତୁରିଆ ଗ୍ରାମସ୍ଥିତ ସରକାରୀ ଉଚ୍ଚବିଦ୍ୟାଳୟର ଦୁଇ ଛାତ୍ରଙ୍କ ମୃତ୍ୟୁ ଘଟିଛି। ପୁଲିସ ସୂଚନା ଅନୁଯାୟୀ ସରକାରୀ ବିଦ୍ୟାଳୟର ପଞ୍ଚମ ଶ୍ରେଣୀରେ ପଢ଼ୁଥିବା ଦୁଇ ଛାତ୍ର ଟୁନା ଖରା ଓ ସୁବାସ ଖରା ସନ୍ଧ୍ୟା ସମୟରେ ଜଳଖିଆ ଖାଇ କନ୍ଦମୂଳ କନ୍ଦା ଖୋଳିବା ନିମେନ୍ତ ଯାଇଥିଲେ। ତେବେ ବାର୍‍ହା ପାଇଁ ଖୋଳାଯାଇଥିବା ଗାତରେ ସେମାନେ ପଡ଼ିଯାଇ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କୁ କୁନ୍ଦୁଲି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବାବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାଯାଇଛି। ତେବେ ବାହାରୁ ମିଳିଥିବା ସୂଚନା ଅନୁଯାୟୀ କନ୍ଦମୂଳ ପୋଡ଼ି ଖାଇବାକୁ ଛାତ୍ର ଦୁଇଜଣ ଯାଇଥିବାବେଳେ ସେମାନଙ୍କ ଉପରେ ପଥର ପଡ଼ିଯାଇଥିଲା। ଗୁରୁତର ଅବସ୍ଥାରେ ସେମାନଙ୍କୁ କୁନ୍ଦୁଲି ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିବାବେଳେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ମୃତ ଛାତ୍ର ସେମିଳିଗୁଡ଼ା ବ୍ଲକର ହୋଇଥିବାବେଳେ ଟୁନାର ଘର ଭିତରକୋଟା ଗାଁରେ ଓ ସୁବାସର ପୁଟସିଲ ଗାଁରେ ବୋଳି ଜଣାଯାଇଛି।
ସୁନାବେଡ଼ା ଏସଡିପିଓ ନିରଞ୍ଜନ ବେହେରା ଓ ପଟାଙ୍ଗି ପୁଲିସ ଉପସ୍ଥିତ ରହି ତଦନ୍ତ ଚଳାଇଥିବା ଜଣାଯାଇଛି। ଅନ୍ୟପକ୍ଷରେ ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

Related Articles

Popular Categories