www.samajalive.in
Monday, December 8, 2025
27.1 C
Bhubaneswar

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଥାନାରେ ର୍ଦୁବ୍ୟବହାର ମାମଲା: ବଦଳିଲେ ଭରତପୁର ଆଇଆଇସିଙ୍କ ସମେତ ୩ ଜଣ

ଭୁବନେଶ୍ଵର: ବଦଳିଲେ ଭରତପୁର ଥାନା ଅଧିକାରୀ। ଭରତପୁର ଥାନାର ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ବଦଳି କରାଯାଇଛି। ତାଙ୍କ ସମେତ ମହିଳା ଏଏସଆଇ ସଲିଳମୟୀ ସାହୁ ଏବଂ  କନେଷ୍ଟବଳ ବଳରାମ ହାଁସଦାଙ୍କୁ ମଧ୍ୟ ବଦଳି କରାଯାଇଛି। ଭରତପୁର ଥାନା ଅଧିକାରୀ ଏବଂ ମହିଳା ଏଏସଆଇଙ୍କୁ ଭୁବନେଶ୍ଵର ଡିସିପି ଅଫିସକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଦୀପକ କୁମାର ଖଣ୍ଡାୟତରାୟଙ୍କୁ ଭରତପୁର ଥାନାର ନୂଆ ଆଇଆଇସି ଭାବରେ ଏବେ ନିଯୁକ୍ତି ମିଳିଛି। ଜଣେ ସେନା ଅଧିକାରୀ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯ୍ୟାତନାର ଅଭିଯୋଗ ଏବଂ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦେଶ ପରେ ସେମାନଙ୍କୁ ଏବେ ବଦଳି କରାଯାଇଛି।  ଭରତପୁର ପୁଲିସ ବିରୋଧରେ ନିଜ ବାନ୍ଧବୀଙ୍କୁ ମାନସିକ ଏବଂ ଶାରୀରିକ ନିର୍ଯ୍ୟାତନା ନେଇ ଜଣେ ସ୍ଥଳସେନା ଅଧିକାରୀ ସାଂଘାତିକ ଅଭିଯୋଗ ଆଣିଥିଲେ। ଯାହାର ଏବେ କ୍ରାଇମବ୍ରାଞ୍ଚ ଖୋଳତାଡ କରୁଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories