www.samajalive.in
Sunday, December 7, 2025
26.1 C
Bhubaneswar

ମେଜରଙ୍କୁ ମାଡ ଘଟଣା: ଭରତପୁର ଥାନାର ୫ ପୁଲିସ୍ ଅଧିକାରୀ ନିଲମ୍ବିତ

ଭୁବନେଶ୍ଵର: ଭରତପୁର ଥାନାରେ ମେଜରଙ୍କୁ ମାଡ ଘଟଣାରେ ୫ ପୁଲିସ୍ ନିଲମ୍ବିତ। ୫ ପୁଲିସ୍ କର୍ମଚାରୀଙ୍କ ବିରୋଧରେ ଡିଜିପି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭରତପୁର ଥାନାର ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର , ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସଲିଳବୟୀ ସାହୁ ଓ ସାଗରିକା ରଥଙ୍କୁ ସସ୍‌ପେଣ୍ଡ କରାଯାଇଛି।  କନଷ୍ଟେବଳ ବଳରାମ ହାଁସଦାଙ୍କୁ ମଧ୍ୟ ନିଲମ୍ବନ କରାଯାଇଛି ।ଭରତପୁର ଥାନା ଅଧିକାରୀ ଏବଂ ମହିଳା ଏଏସଆଇଙ୍କୁ ଭୁବନେଶ୍ଵର ଡିସିପି ଅଫିସକୁ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ଦୀପକ କୁମାର ଖଣ୍ଡାୟତରାୟଙ୍କୁ ଭରତପୁର ଥାନାର ନୂଆ ଆଇଆଇସି ଭାବରେ ଏବେ ନିଯୁକ୍ତି ମିଳିଛି। ଜଣେ ସେନା ଅଧିକାରୀ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ନିର୍ଯ୍ୟାତନାର ଅଭିଯୋଗ ଏବଂ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦେଶ ପରେ ସେମାନଙ୍କୁ ଏବେ ବଦଳି କରାଯାଇଛି।  ଭରତପୁର ପୁଲିସ ବିରୋଧରେ ନିଜ ବାନ୍ଧବୀଙ୍କୁ ମାନସିକ ଏବଂ ଶାରୀରିକ ନିର୍ଯ୍ୟାତନା ନେଇ ଜଣେ ସ୍ଥଳସେନା ଅଧିକାରୀ ସାଂଘାତିକ ଅଭିଯୋଗ ଆଣିଥିଲେ। ଯାହାର ଏବେ କ୍ରାଇମବ୍ରାଞ୍ଚ ଖୋଳତାଡ କରୁଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories