www.samajalive.in
Sunday, December 7, 2025
26.1 C
Bhubaneswar

ବାଇକ ଦୁର୍ଘଟଣାଗ୍ରସ୍ତ, ୨ ଗୁରୁତର

କଲ୍ୟାଣସିଂହପୁର: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର ଅଡାବାଡି ଗ୍ରାମ ନିକଟ ବୁଲାଣିରେ ଏକ ବାଇକ ଦୁର୍ଘଟଣାଗ୍ରସ୍ତ ହେବାରୁ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କଳାହାଣ୍ଡି ଜିଲ୍ଲା ବିଜେପୁର ପଞ୍ଚାୟତ କରମୁଣ୍ଡା ଗ୍ରାମର ବନ ମାଝୀ ଓ ପାହାଡ଼ପଦର ପଞ୍ଚାୟତ ମାଲିପଡା ଗ୍ରାମର ଡମ୍ବରୁ ସାହୁ। ଉଭୟେ ବାଇକରେ କଲ୍ୟାଣସିଂହପୁର ସଦର ବଜାରକୁ ଆସୁଥିବାବେଳେ ଭାରସାମ୍ୟ ହରାଇବାରୁ ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ଲୋକେ ଏ ସମ୍ପର୍କରେ ଅଗ୍ନିଶମ ବିଭାଗକୁ ଯୋଗାଯୋଗ କରିଥିଲେ। ଅଗ୍ନିଶମ ବିଭାଗ ଅଧିକାରୀ ଜଗଦୀଶ ଖରାଙ୍କ ନିର୍ଦ୍ଦେଶରେ ହାବିଲଦାର ବଳରାମ ବେହେରାଙ୍କ ନେତୃତ୍ୱରେଏକ ଦଳ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories