www.samajalive.in
Wednesday, December 10, 2025
16.1 C
Bhubaneswar

ଦୁର୍ଘଟଣାରେ ବ୍ୟକ୍ତିଙ୍କ ମୃତ୍ୟୁ

ଲଡୁଗାଁ: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ର କୁସୁମଖୁଣ୍ଟି ଶିଵ ମନ୍ଦିର ନିକଟରେ ବୁଧବାର ସକାଳେ ବାଇକ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋଟେର ପଞ୍ଚାୟତ ଜଳତାମୁଣ୍ଡା ଗ୍ରାମର ହଳଧର ପୁଝାରୀ(୫୬)। ଦୁର୍ଘଟଣା ପରେ ହଳଧରଙ୍କୁ ସ୍ଥାନୀୟ ଲୋକେ ୧୦୮ ଆମ୍ବୁଲାନ୍ସ ସହାୟତାରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଜଟିଳ ଥିବାରୁ ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାକୁ ନେବାବେଳେ ବାଟରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଘଟାଇଥିବା ବାଇକକୁ ମୋଟେର ଫାଣ୍ଡି ପୁଲିସ ଜବତ କରିଛି। ଏ ନେଇ ପରିବାର ଲୋକେ ମୋଟେର ଫାଣ୍ଡିରେ ଅଭିଯୋଗ କରିଥିବା ଜଣାପଡ଼ିଛି। ଭବାନୀପାଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ମୋଟେର ଫାଣ୍ଡି ଅଧିକାରୀ ମନୋରଞ୍ଜନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories