www.samajalive.in
Saturday, December 6, 2025
26.1 C
Bhubaneswar

ମେଜର ଓ ତାଙ୍କ ବାନ୍ଧବୀଙ୍କୁ ହଇରାଣ କରିଥିବା ରୋଡ ରୋମିଓଙ୍କୁ ବାନ୍ଧିବ ପୁଲିସ; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ସମାଜ ଡିଜିଟାଲ ଡେସ୍କ: ମେଜର ଗୁରୁବଂଶ ଓ ତାଙ୍କ ବାନ୍ଧବୀଙ୍କୁ ହଇରାଣ କରିଥିବା ରୋଡ ରୋମିଓଙ୍କୁ ବାନ୍ଧିବ ପୁଲିସ। ଏନେଇ ମାମଲା ରୁଜୁ କରିବା ସହ ତୁରନ୍ତ ତଦନ୍ତ କରିବାକୁ ଡିଜିପିଙ୍କ ନିର୍ଦ୍ଦେଶ ଦେଇଛନ୍ତି। କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଗତ ୧୪ ତାରିଖ ରାତିରେ ମେଜର ଓ ତାଙ୍କ ବାନ୍ଧବୀ ଘରକୁ ଫେରୁଥିବା ବେଳେ ପଥରଗାଡ଼ିଆ ଓ ଭରତପୁର ରାସ୍ତାରେ ଦୁଇ ଯୁବକ ଏକ କାରରେ ଆସି ତାଙ୍କୁ ଦୁର୍ବ୍ୟବହାର କରିଥିଲେ। ନିଶାସକ୍ତ ଅବସ୍ଥାରେ ଅଶ୍ଳୀଳ ଇଙ୍ଗିତ କରିବା ସହ ମାଡ଼ ମାରିବାକୁ ମଧ୍ୟ ଧମକ ଦେଇଥିଲେ। ଏନେଇ ମେଜର ଓ ତାଙ୍କ ବାନ୍ଧବୀ ଥାନାକୁ ଯିବାପରେ ପୁଲିସ ତାଙ୍କୁ ଦୁର୍ବ୍ୟବହାର ସହ ମାଡ଼ ମାରିବା ଭଳି ସାଙ୍ଘାତିକ ଅଭିଯୋଗ ହୋଇଛି। ସେପଟେ ତତ୍କାଳୀନ ଥାନାଧିକାରୀଙ୍କ ସହ ୫ପୁଲିସ କର୍ମଚାରୀ ମାନଙ୍କୁ ନିଲମ୍ବିତ କରାଯିବା ସହ ବୟାନ ରେକର୍ଡ କରାଯାଇଛି। ଆଗାମୀ ଦିନରେ ମେଜର ଓ ତାଙ୍କ ବାନ୍ଧବୀଙ୍କ ମଧ୍ୟ ବୟାନ ରେକର୍ଡ କରାଯିବ ବୋଲି କହିଛନ୍ତି ଡିଜିପି।

 

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories