www.samajalive.in
Saturday, December 6, 2025
26.1 C
Bhubaneswar

ମୋହନ ସରକାରକୁ ପୂରିଲା ଶହେ ଦିନ; ପୁରୀରେ ବିଜେପିର ଭବ୍ୟ କାର୍ଯ୍ୟକ୍ରମ

ଭୁବନେଶ୍ୱର : ରାଜ୍ୟରେ ଗୁରୁବାର ସେପ୍ଟେମ୍ବର ୧୯ରେ ମୋହନ ସରକାରକୁ ଶହେ ଦିନ ପୂରିଛି । ଲୋକଙ୍କ ନିକଟରେ ରାଜ୍ୟ ସରକାରଙ୍କ ଉପଲବ୍ଧି ପହଞ୍ଚାଇବାକୁ ଏହି ଅବସରରେ ପୁରୀରେ ବିଜେପି ପକ୍ଷରୁ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଶହେ ଦିନର ପୂର୍ତ୍ତି ଉତ୍ସବ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ରାଜ୍ୟ କ୍ୟାବିନେଟ୍‌, କେନ୍ଦ୍ରମନ୍ତ୍ରୀ, ସମସ୍ତ ବିଧାୟକ ଏବଂ ସାଂସଦ ସାମିଲ ହୋଇଛନ୍ତି ।
ମହିଳାଙ୍କୁ ଶକ୍ତିଶାଳୀ କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ସରକାରଙ୍କ ଶହେ ଦିନ ପୂରଣ ମଧ୍ୟରେ ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲିବା, ରତ୍ନଭଣ୍ଡାର ଖୋଲାଯିବା, ସୁଭଦ୍ରା ସହାୟତା ପ୍ରଦାନ, ଶ୍ରୀମନ୍ଦିର ପାଇଁ ୫୦୦ କୋଟି, ଓଡିଆ ଅସ୍ମିତା ପାଇଁ ୨୦୦ କୋଟିର କର୍ପସ ଫଣ୍ଡ, ଏ ସରକାରର ବଡ ସଫଳତା, ଲୋକଙ୍କ ସହ ଯୋଡିହେବାର ପ୍ରତିବଦ୍ଧତା, ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ମିଳିଛି, ଅନ୍ୟ ମହିଳାଙ୍କୁ ଖୁବ୍‌ ଶୀଘ୍ର ମିଳିବ, ମୋଦୀ ଗ୍ୟାରେଣ୍ଟିରେ ଯାହା ଲେଖିଛୁ ସବୁ ଗୋଟିଏ ଗୋଟିଏ ପୂରଣ କରାଯିବ ବୋଲି ସେ କହିଛନ୍ତି । ପୁରୀରେ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମ ପରେ ୨୦ ରୁ ୨୨ ତାରିଖ ଯାଏଁ ଜିଲା ଓ ନିର୍ବାଚନ ମଣ୍ଡଳୀରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ହେବ । ଏହାକୁ ଦୃଷ୍ଟିରେ ରଖି ପୁଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ମାତ୍ର ୫୦ ଟଙ୍କା : ଜିଓ ଦେଉଛି ମାଗଣା ରିଚାର୍ଜ, ବର୍ଷଯାକ ମିଳିବ ଅସୀମିତ ଡାଟା ସହ ଏସବୁ ସୁବିଧା..

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories