www.samajalive.in
Friday, December 12, 2025
27.1 C
Bhubaneswar

ମେଜର ଓ ବାନ୍ଧବୀଙ୍କୁ ଆକ୍ରମଣ ଘଟଣା; ବିଚାର ବିଭାଗୀୟ ତଦନ୍ତ ଦାବି କଲେ ନବୀନ

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଦିଆଯିବା ଘଟଣାକୁ କଡା ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଥାନାରେ ଯାହା ଘଟିଲା ତାହା ଗଭୀର ଆଘାତ ଦେଇଛି। ମେଜରଙ୍କ ବାନ୍ଧବୀଙ୍କୁ ଯୌନ ନିର୍ଯାତନା ଦିଆଯାଇଛି। ଘଟଣାରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ସହ ରାଜ୍ୟରେ ଆଇନଶୃଙ୍ଖଳା ନିୟନ୍ତ୍ରଣରେ ସରକାର ବିଫଳ ହୋଇଥିବା ନବୀନ କହିଛନ୍ତି। ତୁରନ୍ତ ତଦନ୍ତ ସାରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।
ସେପଟେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି। ଘଟଣାକୁ ନିନ୍ଦା କରିବା ସହ ନିଲମ୍ବନ ନୁହେଁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ଦାବି କରିଛନ୍ତି। କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିବା ପରେ ବି ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ। ନାଇଟ୍‌‌ ପାଟ୍ରୋଲିଂ ପାଇଁ କର୍ମଚାରୀ ନଥିଲେ ସରକାର କଣ କରୁଛନ୍ତି ବୋଲି ବିଜୟ ପ୍ରଶ୍ନ କରିଛନ୍ତି। ସଂପୃକ୍ତ ଆଇଆଇସିଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।

Hot this week

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

Related Articles

Popular Categories