www.samajalive.in
Tuesday, December 9, 2025
26.1 C
Bhubaneswar

ଆମେରିକା ଗସ୍ତରେ ଯାଉଛନ୍ତି ପ୍ରଧାନମନ୍ତ୍ରୀ; କ୍ୱାଡ୍‌‌ ଶିଖର ସମ୍ମିଳନୀରେ ସାମିଲ ହେବେ

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୧ରୁ ୨୩ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଆମେରିକା ଗସ୍ତରେ ଯାଉଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଆମେରିକା ଗସ୍ତ ନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ବିବୃତି ଜାରି କରାଯାଇଛି। ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଆମେରିକାର ୱିଲମିଂଟନରେ କ୍ୱାଡ୍‌‌ ଶିଖର ସମ୍ମିଳନୀରେ ଯୋଗ ଦେବେ। ରାଷ୍ଟ୍ରପତି ଜୋ ବାଇଡେନ ଏହି ଶିଖର ସମ୍ମିଳନୀର ଆୟୋଜନ କରିଛନ୍ତି। ତେବେ ଭାରତ ଚଳିତ ବର୍ଷ କ୍ୱାଡ୍‌‌ ଶିଖର ସମ୍ମିଳନୀ ଆୟୋଜନ କରିବାର ଥିଲା। କିନ୍ତୁ ଆମେରିକାର ଅନୁରୋଧ କ୍ରମେ ଭାରତ ୨୦୨୫ରେ ଏହି ଶିଖର ସମ୍ମିଳନୀ ଆୟୋଜନ କରିବ। ଶିଖର ସମ୍ମିଳନୀରେ ସାମିଲ ହୋଇଥିବା ସଦସ୍ୟ ଦେଶର ନେତାମାନେ କ୍ୱାଡର ଅଗ୍ରଗତିର ସମୀକ୍ଷା କରିବେ। ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ବ୍ୟତୀତ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନେସ୍‌‌ ଏବଂ ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିସିଦା ମଧ୍ୟ ଏଥିରେ ଯୋଗ ଦେବେ। ଏହାସହିତ ମୋଦୀ ନ୍ୟୁୟର୍କରେ ଜାତିସଂଘ ସାଧାରଣ ସଭାରେ ଏକ ଶିଖର ସମ୍ମିଳନୀକୁ ମଧ୍ୟ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଅନୁଯାୟୀ ସେପ୍ଟେମ୍ବର ୨୨ରେ ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟର ଏକ ସମାବେଶକୁ ସମ୍ବୋଧିତ କରିବେ।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories