www.samajalive.in
Tuesday, December 9, 2025
15.1 C
Bhubaneswar

ଲାମ୍ବେରି ଗ୍ରାମରେ ଡେଙ୍ଗୁ, ମ୍ୟାଲେରିଆ, ଡାଇରିଆକୁ ନେଇ ସଚେତନତା ଶୋଭାଯାତ୍ରା

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସେରିଗୁମ୍ମା ପଞ୍ଚାୟତର ଲାମ୍ବେରି ଗ୍ରାମରେ ଡେଙ୍ଗୁ, ମ୍ୟାଲେରିଆ, ଡାଇରିଆକୁ ନେଇ ସଚେତନତା ଶୋଭାଯାତ୍ରା କରାଯାଇଥିବା ଦେଖିବାକୁ ମିଳିଛି । ଉକ୍ତ ଗ୍ରାମରେ ବିଶୁଦ୍ଧ ପାନୀୟ ଜଳ ଯୋଗୁଁ ୫ଜଣଙ୍କ ଜୀବନ ଚାଲିଯିବା ପରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ କରାଯାଉଛି। ଆଜି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମହିଳା, ପୁରୁଷମାନଙ୍କୁ ନେଇ ଡେଙ୍ଗୁ, ମ୍ୟାଲେରିଆ, ଡାଇରିଆ ନ ହେବା ପାଇଁ ସଚେତନତା ଶୋଭାଯାତ୍ରା କରିବା ସହ ବୈଠକ କରିଥିଲେ। ଖାଦ୍ୟ ଖାଇବା ପୂର୍ବରୁ ଓ ପରେ ହାତକୁ ଭଲ ଭାବରେ ଧୋଇବା, ବାସିଖାଦ୍ୟ ଖାଇବା ନାହିଁ, ଘର ଚାରିପଟେ ସଫା ସୁତୁରା ରଖିବା ଭଳି ବିଭିନ୍ନ ପ୍ରକାର ବିଷୟରେ ସଚେତନତା କରିଥିଲେ। ଆୟୁଷ ଡାକ୍ତର ଅର୍ଣ୍ଣପୂର୍ଣ୍ଣ। ତାଣ୍ଡି, ଗୋଷ୍ଠି ସ୍ୱାସ୍ଥ୍ୟ ଅଧିକାରୀ ନମ୍ବ୍ରତା ମହନ୍ତ, ମହିଳା ସ୍ୱାସ୍ଥ୍ୟକର୍ମୀ ପଦ୍ମଲତା ବି ଭି, ଅଙ୍ଗନୱାଡି ଓ ଆଶା କର୍ମୀ ଉପସ୍ଥିତ ରହି ରୋଗୀଙ୍କ ଚିକିତ୍ସା ମଧ୍ୟ କରିଥିଲେ। ଏହାକୁ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ସୁରେଶ କୁମାର ମହାନ୍ତି ପରିଚାଳନା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories