www.samajalive.in
Sunday, December 7, 2025
26.1 C
Bhubaneswar

ନୋଏଡା ଜଗନ୍ନାଥ ମନ୍ଦିରର ପ୍ରାଣପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀ ନୋଏଡ଼ା ସ୍ଥିତ ଜଗନ୍ନାଥ ମନ୍ଦିରରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେବେ। ଆସନ୍ତା ୨୦୨୫ ମସିହା ଫେବୃଆରୀ ୨ ତାରିଖରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ନୋଏଡାର ସେକ୍ଟର ୧୨୧ ସ୍ଥିତ ମନ୍ଦିର ପରିସରରେ ଅନୁଷ୍ଠିତ ହେବା ଥିବା ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଯୋଗ ଦେବାକୁ ମୌଖିକ ପ୍ରତିଶ୍ରୁତି ପ୍ରଦାନ କରିଥିବା ମନ୍ଦିର ପରିଚାଳନା ସମିତି କହିଛି।

ମନ୍ଦିର ପରିଚାଳନା କରୁଥିବା ଶ୍ରୀ ଜଗନ୍ନାଥ ସମିତି ତରଫରୁ ସାଧାରଣ ସମ୍ପାଦକ ବିଶିଷ୍ଟ ଚାଟାର୍ଡ ଏକାଉଣ୍ଟାଣ୍ଟ ଡ. ମନୋରଞ୍ଜନ ମହାନ୍ତିଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ନିକଟରେ ରାଷ୍ଟ୍ରପତି ଭବନରେ ଶ୍ରୀମତୀ ମୁର୍ମୁଙ୍କୁ ସାକ୍ଷାତ କରି ଆନୁଷ୍ଠାନିକ ଭାବରେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି। ଏହି ପ୍ରତିନିଧି ଦଳରେ ଅନ୍ୟମାନଙ୍କ ମଧ୍ୟରେ ଉପ-ସଭାପତି ପ୍ରମୋଦ ବାହାଲ, ଯୁଗ୍ମ ସମ୍ପାଦକ ଧନେଶ୍ଵର ନାୟକ, କୋଷାଧ୍ୟକ୍ଷ ଦିଲ୍ଲୀପ କୁମାର ସ୍ଵାଇଁ, ସଦସ୍ୟ ଦେବବ୍ରତ ମିଶ୍ର ଏବଂ ସୁବ୍ରତ କୁମାର ଜେନା ପ୍ରମୁଖ ଅନର୍ଭୂକ୍ତ ଥିଲେ। ନୋଏଡାଠାରେ ମହାପ୍ରଭୁଙ୍କର ଏକ ବିଶାଳ ଓ ଭବ୍ୟ ମନ୍ଦିର ନିର୍ମାଣ ହେଉଥିବା ବିଷୟ ଜାଣି ଶ୍ରୀମତୀ ମୁର୍ମୁ ସନ୍ତୋଷ ବ୍ୟକ୍ତ କରିଥିଲେ ଏବଂ ପ୍ରାଣ ପ୍ରତିଷ୍ଠା ପର୍ବରେ ସାମିଲ ହେବା ପାଇଁ ଆଗ୍ରହ ପ୍ରକାଶ କରିଥିଲେ।

- Advertisement -

ଚତୁର୍ଦ୍ଧା ମୂର୍ତ୍ତିଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମୁଖ୍ୟକର୍ତ୍ତାର ଦାୟିତ୍ୱ ନିର୍ବାହ କରିବେ। ଏହି ପବିତ୍ର ଉତ୍ସବ ଉପଲକ୍ଷେ ସେଦିନ ବଢ଼ି ଭୋରରୁ ମନ୍ଦିରରେ ବିଭିନ୍ନ ପ୍ରକାରର ପୂଜା, ରୀତିନୀତି ଓ ଉପଚାର ବୈଦିକ ପରମ୍ପରା ମୁତାବକ ସମ୍ପନ୍ନ କରାଯିବ। ଏହା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଏବଂ ଗୋଷ୍ଠୀଗତ ବନ୍ଧୁ ମିଳନ ମଧ୍ୟ ଅନୁଷ୍ଠିତ ହେବାକୁ ଯାଉଛି। ସବାଶେଷରେ ଦିଅଁମାନଙ୍କର ପ୍ରାଣ ପ୍ରତିଷ୍ଠା ଅଧିବେଶନ ସମାପନ କରାଯିବା ପାଇଁ ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ୨୦୨୫ ମସିହା ଜାନୁୟାରୀ ୨୯ ତାରିଖଠାରୁ ଆରମ୍ଭ ହୋଇ ଫେବୃଆରୀ ୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ୫ ଦିନିଆ ଧାର୍ମିକ ମହୋତ୍ସବରେ ଭାରତ ବର୍ଷର ବିଭିନ୍ନ ଦେବସ୍ଥାନ ଅଯୋଧ୍ୟା, ହରିଦ୍ଵାର, ଋଷିକେଶ, ପୁରୀ ଏବଂ ବାରଣାସୀ ଆଦି କ୍ଷେତ୍ରରୁ ସାଧୁ, ସନ୍ଥ ଓ ମହାତ୍ମାଙ୍କ ଭଳି ହିନ୍ଦୁ ଧର୍ମର ମହାପୁରୁଷମାନେ ଯୋଗ ଦେବାକୁ ଯାଉଥିବା ମନ୍ଦିର ସୂତ୍ରରୁ ପ୍ରକାଶ।

ସୂଚନା ମୁତାବକ, ନୋଏଡାର ସେକ୍ଟର -୧୨୧ସ୍ଥିତ ଏ-୧ର ଜମି ଉପରେ ଏହି ମନ୍ଦିରଟି ଆଧୁନିକ ଢାଞ୍ଚାରେ ନିର୍ମାଣ କରାଯାଇଛି। ୨୦୧୩ ମସିହାରେ ଏହି ମନ୍ଦିର ନିର୍ମାଣ ପାଇଁ ଶିଳାନ୍ୟାସ କରାଯାଇଥିଲା।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories